ପୁରୀ ମରିଚିକୋଟ୍ ଛକରେ ଲକ୍ଷ୍ମୀ ମାର୍କେଟ୍ କମ୍ଲେକ୍ସରେ ବଡ଼ଧରଣର ଅଗ୍ନିକାଣ୍ଡ :ଘଟଣାର ତଦାରଖ କଲେ ପୁରୀ ଏସପି

ମରିଚିକୋଟ୍ ଛକରେ ଥିବା ଲକ୍ଷ୍ମୀ ମାର୍କେଟ୍ କମ୍ଲେକ୍ସରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି। ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଏସପି କନୱର ବିଶାଲ ସିଂ । କହିଛନ୍ତି ଏନେଇ ଅଗ୍ନିଶମ ଡିଜିଙ୍କ ସହ କଥା ହୋଇଛନ୍ତି । ନିଆଁକୁ ଆୟତ୍ତ କରିବାକୁ ଆହୁରି ୨ରୁ ୩ ଘଣ୍ଟା ସମୟ ଲାଗିବ ।

ପୁରୀ (କେନ୍ୟୁଜ): ଗତକାଲି ରାତିରେ ମରିଚିକୋଟ୍ ଛକରେ ଥିବା ଲକ୍ଷ୍ମୀ ମାର୍କେଟ୍ କମ୍ଲେକ୍ସରେ ବଡ଼ଧରଣର ଅଗ୍ନିକାଣ୍ଡ ଘଟିଛି । ଏପର୍ଯ୍ୟନ୍ତ ନିଆଁକୁ ଆୟତ୍ତ କରାଯାଇପାରିନାହିଁ । ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ଜୋରଦାର ଉଦ୍ୟମ କରାଯାଉଛି । ଘଟଣା ନେଇ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଏସପି କନୱର ବିଶାଲ ସିଂ । କହିଛନ୍ତି ଏନେଇ ଅଗ୍ନିଶମ ଡିଜିଙ୍କ ସହ କଥା ହୋଇଛନ୍ତି । ନିଆଁକୁ ଆୟତ୍ତ କରିବାକୁ ଆହୁରି ୨ରୁ ୩ ଘଣ୍ଟା ସମୟ ଲାଗିବ । ସୁରକ୍ଷା ପାଇଁ ଘଟଣା ସ୍ଥଳରେ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି ।

ପ୍ରଥମ ମହଲାକୁ ବ୍ୟାପିଛି ନିଆଁ। ଉପର ମହଲାରେ ବ୍ୟାଙ୍କ, ବ୍ୟାଙ୍କ୍ ଲକର ଓ ମାଲିକଙ୍କ ଡ୍ରେସ୍ ଓ ଗୋଦାମ ଘରକୁ ନିଆଁ ବ୍ୟାପିଛି। ନିଆଁ ଲିଭାଇବାକୁ ଅଗ୍ନିଶମ ବିଭାଗର ଉଦ୍ୟମ ଜାରି ରହିଛି । ଅଚେତ ଅବସ୍ଥାରେ ଦୁଇ ଜଣଙ୍କ ସମେତ ଅନେକ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି ।

ସର୍ଟ ସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ଘଟିଥିବା ଆଶଙ୍କା କରାଯାଉଛି । ଗତକାଲି ସନ୍ଧ୍ୟା ପ୍ରାୟ ୮ଟା ବେଳେ ମରିଚିକୋଟ୍ ଛକରେ ଥିବା ଲକ୍ଷ୍ମୀ ମାର୍କେଟ୍ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ, ପୁରା ଅଞ୍ଚଳ ଧୂଆଁମୟ ହୋଇଯାଇଥିଲା । ଖବର ପାଇ ଘଟଣାସ୍ଥଳରେ ୬ଟି ଦମକଳ ଗାଡ଼ି ଏବଂ ଅଗ୍ନିଶମ କର୍ମଚାରୀ ଆସି ନିଆଁକୁ ଆୟତ କରିବାକୁ ଉଦ୍ୟମ କରିଥିଲେ । ଏପର୍ଯ୍ୟନ୍ତ କେହି ମୃତାହତ ହୋଇଥିବା ଜଣାପଡିନାହିଁ । ଧୂଆଁରେ ୨ ଜଣ ଅଣନିଶ୍ୱାସୀ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମଳିଛି । ତେବେ ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ବର୍ତ୍ତମାନ ସୁଦ୍ଧା ଘଟଣାସ୍ଥଳରେ ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରହିଛି ।

 

Leave A Reply

Your email address will not be published.