Categories: ରାଜ୍ୟ

ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ଅଗ୍ନିକାଣ୍ଡ , ପଞ୍ଚମ ମହଲାର ଆଇସିୟୁ ପାଖ ରୁମରେ ନିଆଁ

ଭୁବନେଶ୍ୱର(କେନ୍ୟୁଜ୍) : ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ଅଗ୍ନିକାଣ୍ଡ । ପଞ୍ଚମ ମହଲାରେ ଆଇସିୟୁ ପାଖ ମେଣ୍ଟେନାନ୍ସ ରୁମରେ ନିଆଁ ଲାଗିଛି । ଡାକ୍ତରଖାନା କର୍ତ୍ତୃପକ୍ଷ ନିଆଁ ଲିଭାଇବାକୁ ଉଦ୍ୟମ କରିବା ସହ ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଦୁଇଟି ଦମକଳ ଗାଡ଼ି ସହ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବାକୁ ଉଦ୍ୟମ ଚଳାଇଛନ୍ତି। ତେବେ ପ୍ରବଳ ଧୁଆଁ ଯୋଗୁଁ ପରିସ୍ଥିତି ଗମ୍ଭୀର ରହିଛି। ପଞ୍ଚମ ମହଲାରେ ଥିବା ରୋଗୀଙ୍କୁ ସୁରକ୍ଷିତ ଭାବେ ତଳକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ଅଗ୍ନିକାଣ୍ଡ ଯୋଗୁ କାହାରି କୌଣସି କ୍ଷତି ହୋଇନାହିଁ ।

ଘଟଣାସ୍ଥଳରେ ପୋଲିସ କମିସନର, ଭୁବନେଶ୍ୱର ଡିସିପି ଓ ବିଧାୟକ ପ୍ରିୟଦର୍ଶୀ ମିଶ୍ର ପହଞ୍ଚିଛନ୍ତି। ସେପଟେ ଡାକ୍ତରଖାନାରେ ଅଗ୍ନିକାଣ୍ଡ ନେଇ ତଦନ୍ତ ହେବ ବୋଲି କହିଛନ୍ତି କମିସନର। ହସପିଟାଲରେ ଅଗ୍ନିନିର୍ବାପକ ବ୍ୟବସ୍ଥା ଥିଲା କି ନାହିଁ, ନିୟମିତ ଭାବେ ଏହାର ଯାଞ୍ଚ ହେଉଥିଲା କି ନାହିଁ ତାକୁ ତଦନ୍ତ କରାଯିବ ବୋଲି ସେ କହିଛନ୍ତି। ଧୁଆଁ ବାହାର କରିବାକୁ କାଚ ଗୁଡ଼ିକୁ ଭଙ୍ଗାଯାଉଥିବା କହିଛନ୍ତି କମିସନର।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

20 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

23 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

29 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

38 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

38 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

56 mins ago