ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୧୦ ବଖରା ଘର, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ

ଭୟଙ୍କର ଅଗ୍ନିକାଣ୍ଡ । ଜଳିଗଲା ୧୦ ବଖରା ଘର । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଛି । ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ପାର୍ବତୀପୁର ଗାଁରେ ଘଟିଛି ଅଗ୍ନିକାଣ୍ଡ ।

ନୟାଗଡ଼ (କେନ୍ୟୁଜ): ଭୟଙ୍କର ଅଗ୍ନିକାଣ୍ଡ । ଜଳିଗଲା ୧୦ ବଖରା ଘର । ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ ହୋଇଯାଇଛି । ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ପାର୍ବତୀପୁର ଗାଁରେ ଘଟିଛି ଅଗ୍ନିକାଣ୍ଡ ।

ବିଳମ୍ବିତ ରାତିରେ ଗାଁର ପ୍ରକାଶ ବେହେରାଙ୍କ ଘରେ ନିଆଁ ଲାଗିଥିଲା । ନିଆଁ ଲାଗିବା ପରେ ଜଣକ ପରେ ଜଣକ ଘରକୁ ବ୍ୟାପିଥିଲା ନିଆଁ । ଘଟଣା ସମ୍ପର୍କରେ ଖବର ପାଇ ଭାପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ଦୀର୍ଘ ୨ ଘଣ୍ଟାର ଅକ୍ଲାନ୍ତ ପରିଶ୍ରମ ପରେ ଆୟତ୍ତ ହୋଇଥିଲା ନିଆଁ । ନିଆଁ ଲାଗି ପ୍ରାୟ ୧୦ ଲକ୍ଷରୁ ଅଧିକ ଟଙ୍କା ଜଳିପୋଡି ନଷ୍ଟ ହୋଇଥିବା ଜଣାପଡିଛି । ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.