ବାଲେଶ୍ୱର ସାର୍ଥା ଗାଁର ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ଔଷଧ ଓ ବିଭିନ୍ନ ସାମଗ୍ରୀ ପୋଡି ପାଉଁଶ

ଜଳେଶ୍ୱର(କେନ୍ୟୁଜ୍): ସ୍ୱାସ୍ଥ୍ୟକେନ୍ଦ୍ରରେ ନିଆଁ । ବାଲେଶ୍ୱର ସିଂଲା ଥାନା ସାର୍ଥା ଗାଁରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ରରେ ଅଗ୍ନିକାଣ୍ଡ ଘଟିଛି । ସର୍ଟସର୍କିଟରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଔଷଧ ଓ ବିଭିନ୍ନ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଛି। ସ୍ୱାସ୍ଥ୍ୟକେନ୍ଦ୍ର ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକ ସ୍ୱାସ୍ଥ୍ୟକେନ୍ଦ୍ର କର୍ମଚାରୀଙ୍କୁ ଖବର ଦେଇଥିଲେ ।

ସେମାନେ ପହଞ୍ଚିି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ଆୟତ୍ତ କରିପାରି ନଥିଲେ । ପରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.