ସୋର(କେନ୍ୟୁଜ୍) : ବାଲେଶ୍ୱର ଜିଲ୍ଲା ସୋର ପୌରପାଳିକା ଅନ୍ତର୍ଗତ କାଶୀପୁର ଗ୍ରାମରେ ଗତକାଲି ରାତିରେ ଘଟିଛି ଭୟାବହ ଅଗ୍ନିକାଣ୍ଡ। ଅଗ୍ନିକାଣ୍ଡରେ ୮ ବଖରା ଘର ସମ୍ପୂର୍ଣ ଜଳି ଯାଇଥିବା ବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି। ଏହି ଗ୍ରାମର ସ୍ବର୍ଗତ ଚୁନା ଖାଁଙ୍କ ପୁଅ ଅରଫାନ ଖାନ, ଗୁଲଫାନ ଖାନ, ଇମତୀୟାଜ ଖାନ, ଏବଂ ଚନ୍ଦା ଖାନଙ୍କ ଘରେ ଗତକାଲି ସନ୍ଧ୍ୟାରେ ହଠାତ ବିଦ୍ୟୁତ୍ ସଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିଲା।
ନିଆଁର ତୀବ୍ରତା ଏତେ ଥିଲା ଯେ ଘରୁ କୌଣସି ଜିନିଷ ଆସବାବପତ୍ର ବାହାର କରିବା ସମ୍ଭବ ହୋଇନଥିଲା। ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଥିଲା। ଖବର ପାଇ ସୋର ଅଗ୍ନିଶମ ବିଭାଗର ଦୁଇଟି ଦମକଳ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କ୍ଷତିଗ୍ରସ୍ତ ପରିବାର ଅତି ଗରିବ ଶ୍ରେଣୀର ହୋଇଥିବାରୁ ତାଙ୍କୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ମାନେ ଦାବୀ କରିଛନ୍ତି।
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…