ଭବାନୀପାଟଣା: ମେଡିକାଲ କଲେଜ ଓ ଡାକ୍ତରଖାନାରେ ନିଆଁ

ମେଡିକାଲରେ ନିଆଁ। ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଲାଗିଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଏମସିଏଚ୍ କୋଠାର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା ।

କଳାହାଣ୍ଡି (କେନ୍ୟୁଜ): ମେଡିକାଲରେ ନିଆଁ । ଭବାନୀପାଟଣା ସହିଦ ରେଣ୍ଡୋ ମାଝୀ ସରକାରୀ ମେଡିକାଲ କଲେଜ ଓ ଡାକ୍ତରଖାନାରେ ଲାଗିଲା ନିଆଁ । ଗତକାଲି ବିଳମ୍ବିତ ରାତିରେ ଏମସିଏଚ୍ କୋଠାର ଚତୁର୍ଥ ମହଲାରେ ହଠାତ୍ ନିଆଁ ଲାଗିଯାଇଥିଲା । ନିଆଁ ଲାଗି ଧୂଆଁମୟ ହୋଇଯାଇଥିଲା ପୁରା ବିଲ୍ଡିଂ । ଫଳରେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟ ଭୟଭୀତ ହୋଇ ତଳକୁ ଚାଲିଆସିଥିଲେ ।

ଖବରପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ସୌଭାଗ୍ୟବଶତଃ କେହି ଆହତ ହୋଇନହାଁନ୍ତି । କ୍ଷୟକ୍ଷତି ସମ୍ପର୍କରେ ଏପର୍ଯ୍ୟନ୍ତ ଜଣାପଡ଼ିନି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.