ରାଜ୍ୟ

ଯାଜପୁର : ପାଣି ଘେରରୁ ନବଜାତକୁ କୋଳେଇ ନେଇ ସୁରକ୍ଷିତ ସ୍ଥାନକୁ ଆଣିଲେ ଅଗ୍ନିଶମ କର୍ମଚାରୀ

ଯାଜପୁର : ଏବେ ପ୍ରତ୍ୟେକ ପ୍ରାକୃତିକ ବିପର‌୍ୟ୍ୟୟ ବେଳେ କାହାର ଦେଖା ନଥିଲେ ବି ଅଗ୍ନିଶମ ଓ ଏନ୍‌ଡିଆରଏଫ୍ ଟିମ୍ ନିଶ୍ଚୟ ଯାଇ ପହଞ୍ଚୁଛି ଘଟଣା ସ୍ଥଳରେ । ନିଜ ସାମର୍ଥ୍ୟ ମୁତାବକ ସାଧାରଣ ଲୋକଙ୍କୁ ସହୟତା କରୁଛି । ଏବେ କୋଭିଡ୍ ଆତଙ୍କ ସାଙ୍ଗକୁ ରାଜ୍ୟର ବିଭିନ୍ନ ସ୍ଥାନରେ ଦେଖା ଦେଇଛି ବନ୍ୟା ପରିସ୍ଥିତି । ଏଠି ବି ନିଜର ଉପସ୍ଥିତି ଜାହିର କରି ବିପନ୍ନ ଲୋକଙ୍କ ପାଇଁ ସହାୟତାର ହାତ ବଢ଼ାଇଛନ୍ତି ଏମାନେ ।

ଏହି ପରିପ୍ରେକ୍ଷୀରେ ଯାଜପୁର ଜିଲ୍ଲା ବରି ଅଞ୍ଚଳରେ ଦେବଦୂତ ପାଲଟି ଅଗ୍ନିଶମ କର୍ମଚାରୀମାନେ ପାଣି ଘେରରେ ଫସିଥିବା ଛଅ ଜଣ ଲୋକଙ୍କୁ ଉଦ୍ଧାର କରିଛନ୍ତି । ଆଉ ସବୁଠାରୁ ବଡ଼ କଥା ହେଲା ଏମାନଙ୍କ ଭିତରେ ଗୋଟିଏ ନବଜାତ ଶିଶୁ ରହିଛି । ଯାହାକୁ ନିଜ କୋଳରେ କୋଳେଇ ନେଇ ସୁରକ୍ଷିତ ସ୍ଥାନରେ ପହଞ୍ଚାଇ ଦେଇଛନ୍ତି ବରି ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ । ସେମାନଙ୍କ ଏଭଳି କାମକୁ ସମସ୍ତେ ପ୍ରଶଂସା କରିଛନ୍ତି ।

ଏ ସମ୍ପର୍କରେ ଅଗ୍ନିଶମ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି । ବରିରେ ଗୋଟିଏ ପରିବାର ବନ୍ୟା ପାଣି ଘେରରେ ଫସି ଯାଇଥିଲେ । ସେମାନେ ଛାତ ଉପରେ ଥିବା ବେଳେ ଘରର ଜଣେ ମହିଳା ତାଙ୍କର ନବଜାତ ସହ ସେଠାରେ ରହି ଯାଇଥିଲେ । ବରି ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଥିଲେ ।

KNews Bureau

Recent Posts

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

13 mins ago

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…

21 mins ago

ଆଜି ଶ୍ରୀମୁଖ ଫିଟା ନୀତି, ଆସନ୍ତାକାଲିଠୁ ଫୁଲୁରି ତେଲ ଲାଗି ହୋଇ ସୁସ୍ଥ ଅନୁଭବ କରିବେ ମହାପ୍ରଭୁ

ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…

28 mins ago

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

36 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

38 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

46 mins ago