Below header

ବାରଙ୍ଗ : ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼

ବାରଙ୍ଗ (କେନ୍ୟୁଜ୍) : ସ୍ପଷ୍ଟ ଦିବାଲୋକରେ ଗୁଳିମାଡ଼ । ବାରଙ୍ଗ ଥାନା ଗୋଡ଼ିସାହି ନିକଟରେ ଗୁଳିମାଡ଼ରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ରେଢାଖୋଲର ସୁନୀଲ ରଞ୍ଜନ ସାହୁ । ସେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କର୍ମଚାରୀ ଥିଲେ । କିଛି ଦୁର୍ବୃତ୍ତ ସୁନୀଲଙ୍କ ଉପରକୁ ଗୁଳିମାଡ କରି ଫେରାର ହୋଇଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ SCB ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ପୂର୍ବ ଶତ୍ରୁତାକୁ ନେଇ ଗୁଳିକାଣ୍ଡ ହୋଇଥିବା ସୂଚନା ମିଳିଛି । ପୋଲିସ ଘଟଣାର ତଦନ୍ତ ଜାରି ରଖିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.