Categories: ରାଜ୍ୟ

ଚୌଦ୍ୱାର ନୂଆପାଟଣା ଛକରେ କାର ଉପରକୁ ଗୁଳିମାଡ଼, ଢେଙ୍କାନାଳ ବନଖଣ୍ଡ ଅଧିକାରୀ ଲାଲା ଲଳିତ ମୋହନ ସିଂହ ଆହତ

କଟକ(କେନ୍ୟୁଜ୍): କଟକରେ ଗୁଳିମାଡ଼ । ଚୌଦ୍ୱାର ନୂଆପାଟଣା ଛକରେ କାର ଉପରକୁ ଗୁଳିମାଡ଼ ହୋଇଛି । ଏଥିରେ ଢେଙ୍କାନାଳ ବନଖଣ୍ଡ ଅଧିକାରୀ ଲାଲା ଲଳିତ ମୋହନ ସିଂହ ଆହତ ହୋଇଛନ୍ତି । ତାଙ୍କୁ ଚିକିତ୍ସା ପାଇଁ ଏସ୍‌ସିବିରେ ଭର୍ତ୍ତି କରାଯାଇଛି । ଏହାସହ କାରରେ ବସିଥିବା ମହିଳାଙ୍କ ବେକରୁ ସୁନା ଚେନ୍‌ ଓ ଟଙ୍କା ଛଡାଇ ନେଇଛନ୍ତି ଦୁର୍ବୃତ୍ତ।

ମିଳିଥିବା ସୂଚନା ଅନୁଯାୟୀ ବନବିଭାଗ କର୍ମଚାରୀ ଲାଲା ଲଳିତ ମୋହନ ସିଂହ ପରିବର ସହ କାରରେ ପୁରୀରୁ ଢେଙ୍କାନାଳ ଯାଉଥିଲେ । ଏହି ସମୟରେ ରାଇସମିଲ ଛକ ନିକଟରେ ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି କାରକୁ ଅଟକାଇଥିଲେ। ଏହାପରେ ଗୁଳିମାଡ଼ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । କିଏ ଓ କାହିଁକି କାର୍‌ ଉପରକୁ ଗୁଳିମାଡ଼ କଲା, ତାହା ଜଣାପଡ଼ିନାହିଁ । ଦୁର୍ବୃତ୍ତଙ୍କୁ ଧରିବାକୁ ପୋଲିସର ତନାଘନା ଜାରି ରହିଛି।

KNews Bureau

Recent Posts

ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି : ସକାଳ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ

ବାଲେଶ୍ବର (କେନ୍ୟୁଜ): ବାଲେଶ୍ବରରେ ସ୍ବାଭାବିକ ହେଉଛି ସ୍ଥିତି । ପୌରପାଳିକାର ବିଭିନ୍ନ ଅଞ୍ଚଳରେ କୋହଳ ହେଉଛି କର୍ଫ୍ୟୁ । ଆଜି…

1 min ago

ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ସମେତ ୪ ଗୁରୁତର

ଜଳେଶ୍ବର (କେନ୍ୟୁଜ): ଟ୍ରକକୁ ଧକ୍କା ଦେଇ ଜଳିଗଲା ଆମ୍ବୁଲାନ୍ସ । ରୋଗୀ ସମେତ ୪ ଜଣ ଆମ୍ବୁଲାନ୍ସ କର୍ମଚାରୀ ଗୁରୁତର…

18 mins ago

ଅଣସର ନୀତି: ଜ୍ବରରେ ଆକ୍ରାନ୍ତ ମହାପ୍ରଭୁ, ପୂଜା ପାଇବେ ପଟି ଦିଅଁ

ପୁରୀ (କେନ୍ୟୁଜ): ଅତ୍ୟଧିକ ସ୍ନାନଯୋଗୁ ମହାପ୍ରଭୁ ଏବେ ଅସୁସ୍ଥ।  ଗତକାଲି ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ ପରେ…

32 mins ago

ଅଣସର ଘରେ ମହାପ୍ରଭୁ, ଆଜିଠୁ ଅଲାରନାଥ ଦର୍ଶନ

ବ୍ରହ୍ମଗିରି (କେନ୍ୟୁଜ): ଆଜି ଠାରୁ ମହାପ୍ରଭୁ ଅଲାରନାଥଙ୍କ ଅଣସର ଦର୍ଶନ । ଚଳିତ ବର୍ଷ ୧୩ଦିନ ଧରି ଚାଲିବ ଏହି…

45 mins ago

ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ ବଡ଼ ଘୋଷଣା, CBIକୁ ତଦନ୍ତ ଭାର ହସ୍ତାନ୍ତର

ନୂଆଦିଲ୍ଲୀ : ଥମୁନି ନିଟ୍ ବିବାଦ । ନିଟ୍ ପ୍ରଶ୍ନପତ୍ର ଲିକ୍ ବିବାଦ ମାମଲାରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା…

46 mins ago

ଆଜିର ରାଶିଫଳ : ଆଜି ଏହି ରାଶିର ଲୋକଙ୍କୁ କିଛି ନୂଆ କାର୍ଯ୍ୟ କରିବାକୁ ମିଳିବ, ବନ୍ଧୁଙ୍କ ସହ ଖୁସିର ସମୟ କାଟିବେ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…

8 hours ago