Categories: ରାଜ୍ୟ

କଟକରେ ଚଳିତବର୍ଷର ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ

କଟକ(କେନ୍ୟୁଜ୍) : କଟକରେ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ । ରାଜେନ୍ଦ୍ରନଗର ଅଞ୍ଚଳର ସାହିଲ ମହାପାତ୍ର ଡେଙ୍ଗୁ ରୋଗରେ ଆକ୍ରାନ୍ତ ଥିବା ଜଣାପଡ଼ିଛି । ସାହିଲଙ୍କୁ ଗତ ରବିବାରରୁ ଜ୍ୱର ହୋଇଥିବା ବେଳେ ନ କମିବାରୁ ରକ୍ତ ପରୀକ୍ଷା କରାଯାଇଥିଲା । ଏଥିରୁ ତାଙ୍କୁ ଡେଙ୍ଗୁ ହୋଇଥିବା ଜଣାପଡ଼ିଛି । ସାହିଲଙ୍କୁ ଚିକିତ୍ସା ପାଇଁ ଏକ ଘରୋଇ ହସପିଟାଲରେ ରେ ଭର୍ତ୍ତି କରାଯାଇଛି । ସେପଟେ କଟକ ବଡ଼ ମେଡିକାଲରେ ଡେଙ୍ଗୁ ରୋଗୀଙ୍କ ଚିକିତ୍ସା ପାଇଁ ଏକ ସ୍ୱତନ୍ତ୍ର ଓ୍ଵାର୍ଡ ଖୋଲାଯାଇଛି। ଏହି ଓ୍ଵାର୍ଡରେ ୫୦ରୁ ଅଧିକ ବେଡ୍‌ ରହିଛି। ଦରକାର ପଡ଼ିଲେ ଚକ୍ଷୁ ବିଭାଗ ମଧ୍ୟରେ ଏକ ବର୍ଦ୍ଧିତ ଡେଙ୍ଗୁ ଓ୍ଵାର୍ଡ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଗତବର୍ଷ ଏସସିବିରେ ୮ ଜଣ ଡେଙ୍ଗୁ ରୋଗୀଙ୍କର ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ଏସସିବିକୁ ଡେଙ୍ଗୁ ସନ୍ଦେହରେ ପ୍ରାୟ ୩୦ଟି ରୋଗୀଙ୍କ ନମୁନା ପରୀକ୍ଷଣ ପାଇଁ ଆସିଥିଲା ।

KNews Bureau

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

40 seconds ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

10 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

13 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

46 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

48 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago