ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ । ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ଓ ସୁରୁଖୁରୁରେ ଶେଷ କରିବାକୁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ ଅନୁଷ୍ଠିତ । ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ଓ ସୁରୁଖୁରୁରେ ଶେଷ କରିବାକୁ ପୁରୀ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଗତବର୍ଷ ରଥଯାତ୍ରା ବେଳେ ଉପୁଜିଥିବା ତ୍ରୁଟି ବିଚ୍ୟୁତି ଓ ସମସ୍ୟାକୁ ସୁଧାରିବା ସହ ସମସ୍ତ ବିଭାଗ ନିଜ ପ୍ରସ୍ତୁତି ଓ ଆକ୍ସନ ପ୍ଲାନ ଚୂଡ଼ାନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅକ୍ଷୟ ତୃତୀୟା ଠାରୁ ସୁନାବେଶ ପର୍ଯ୍ୟନ୍ତ ମହାପ୍ରଭୁଙ୍କ ନୀତିକାନ୍ତି, ଜନଗହଳି ନିୟନ୍ତ୍ରଣ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପରିମଳ ସହ ଆଇନ ଶୃଙ୍ଖଳା ନେଇ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯାଇଛି ।  ମେ ୧୦ ତାରିଖରେ ଅକ୍ଷୟ ତୃତୀୟାରୁ ଆରମ୍ଭ ହେବ ରଥଯାତ୍ରାର ପ୍ରାରମ୍ଭିକ ପର୍ବ। ଜୁନ୍ ୨୨ରେ ଦେବସ୍ନାନ ପୂର୍ଣ୍ଣିମା ଓ ଜୁଲାଇ ୭ତାରିଖରେ ଘୋଷଯାତ୍ରା।

ଜୁଲାଇ ୧୫ରେ ବାହୁଡା ଓ ୧୭ ତାରିଖରେ ସୁନାବେଶ ଅନୁଷ୍ଠିତ ହେବ। ବିଭିନ୍ନ ଦିନ ଓ ନୀତିକୁ ନେଇ ପ୍ରଶାସନିକ ସ୍ତରରେ ଆରମ୍ଭ ହୋଇଛି ପ୍ରସ୍ତୁତି। ସବୁ ବିଭାଗ ମଧ୍ୟରେ ସମନ୍ବୟ ରକ୍ଷା କରି ଆକ୍ସନ ପ୍ଲାନ୍ ପ୍ରସ୍ତୁତ କରିବାକୁ ବୈଠକରେ ଆଲୋଚନା ହୋଇଛି। ରଥଯାତ୍ରା ସମୟରେ ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଆରମ୍ଭ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.