Below header

ଆରମ୍ଭ ହେଲା ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ: ସମ୍ମାନିତ ହେଲେ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକ

ଆଜିଠୁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଭୁବନେଶ୍ବର ଜନତା ମୈଦାନରେ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମାନରେ ବିଶିଷ୍ଟ ଭାଷାବିତ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ଭୁବନେଶ୍ବର ଜନତା ମୈଦାନରେ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ସମସ୍ତେ ରାଜ୍ୟ ସଙ୍ଗୀତ ବନ୍ଦେ ଉତ୍କଳ ଜନନୀ ଗାନ କରିଥିଲେ । ମାତୃଭାଷା ଓଡ଼ିଆର ପ୍ରଚାର, ପ୍ରସାର ଓ ବିକାଶ ପାଇଁ ରାଜ୍ୟ ସରକାର ଐତିହାସିକ ପଦକ୍ଷେପ ନେଇଛନ୍ତି । ଭାଷା ହିଁ ଭବିଷ୍ୟତ, ଏହି ମହତ ଉଦ୍ଦେଶ୍ୟରେ ଆୟୋଜିତ ହୋଇଛି ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ । ତିନି ଦିନ ଧରି ଚାଲିବ । ଏହି ଅବସରରେ ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମାନରେ ବିଶିଷ୍ଟ ଭାଷାବିତ ଡକ୍ଟର ଦେବୀ ପ୍ରସନ୍ନ ପଟ୍ଟନାୟକଙ୍କୁ ସମ୍ମାନିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ତାଙ୍କୁ ମାନପତ୍ର ସହ କୋଡ଼ିଏ ଲକ୍ଷ ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି ।

ସମ୍ମିଳନୀରେ ଓଡ଼ିଶାର ଗୌରବମୟ ଅତୀତ, ପରିବର୍ତ୍ତନଶୀଳ ବର୍ତ୍ତମାନ ଓ ପ୍ରେରଣାଦାୟୀ ଭବିଷ୍ୟତର ଏକ ସୁସଜ୍ଜିତ ପ୍ରଦର୍ଶନୀ ପ୍ରଦର୍ଶିତ ହେବ । ୩ଟି ବିସ୍ତୃତ ବିଷୟ ଓ ସମୟସୀମା ପ୍ରାଚୀନ, ମଧ୍ୟ ଓ ଆଧୁନିକ ଉପରେ ଆୟୋଜିତ ହୋଇଛି ପ୍ରଦର୍ଶନୀ । ୫ ବରପୁତ୍ରଙ୍କ ନାଁରେ ସମ୍ମିଳନୀ କକ୍ଷ କରାଯାଇଛି । ସମ୍ମିଳନୀରେ ସାମିଲ ହେଉଛନ୍ତି ଦେଶ ବିଦେଶର ଖ୍ୟାତିସମ୍ପନ୍ନ ଭାଷାବିତ୍, ଲେଖକ ଓ ସାହିତ୍ୟିକ । ମୋଟ୍ ୧୬ ଅଧିବେଶନ ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.