ରାଜ୍ୟରେ ଆଉ ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂଖ୍ୟା ୧୪କୁ ବୃଦ୍ଧି

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଆଉ ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି । ନୂଆ ୫ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ନେଇ ILS ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଥାଉକି, ଗତ ଓଡିଶାରେ ୨୧ ତାରିଖରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । କିନ୍ତୁ ମାତ୍ର ୧୦ ଦିନ ଭିତରେ ୧୪ ଜଣ ଚିହ୍ନଟ ହୋଇସାରିଲେଣି । ILS ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ଏନେଇ ଅବଗତ କରାଯାଇଛି ।