ଆଜି ହୀରାକୁଦରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର(କେନ୍ୟୁଜ୍): ହୀରାକୁଦ ଡ୍ୟାମ୍‌ର ଉପରମୁଣ୍ଡରେ ପ୍ରବଳ ବର୍ଷା ହେବା ପରେ ବୃଦ୍ଧି ପାଇଛି ଜଳସ୍ତର। ଯାହାଫଳରେ ଆଜି ହୀରାକୁଦରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ। ପୂର୍ବାହ୍ନ ୧୧ଟା ପାଖାପାଖି  ହୀରାକୁଦର ଗେଟ୍ ଖୋଲାଯାଇଥିଲା। ପ୍ରଥମେ ୭ନଂ ଗେଟ୍‌ରେ ପାଣି ଛଡ଼ାଯାଇଥିବାବେଳେ, ପ୍ରଥମ ପର୍ଯ୍ୟାୟରେ ୫ଟି ଗେଟ୍ ଖୋଲାଯିବ ବୋଲି ଜଣାପଡ଼ିଛି। ତେବେ ପୂର୍ବ ପରମ୍ପରା ଅନୁଯାୟୀ ପ୍ରଥମେ ପୂଜାର୍ଚ୍ଚନା କରାଯାଇଥିଲା। ଏହାପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.