ଆଜିଠୁ ରାଉରକେଲାରୁ କୋଲକାତାକୁ ବିମାନ ସେବା ଆରମ୍ଭ, ସପ୍ତାହରେ ୩ ଦିନ ଉଡ଼ିବ

ପ୍ରଥମ ଥର ରାଉରକେଲାରୁ କୋଲକାତାକୁ ଆରମ୍ଭ ହେବ ବିମାନ ସେବା । ରାଜ୍ୟ ସରକାରଙ୍କ ସହଯୋଗରେ ଆରମ୍ଭ ହେବ । ମାତ୍ର ଦେଢ ଘଣ୍ଟାରେ ଯାତ୍ରା ସମ୍ଭବ ହେବ । ସପ୍ତାହକୁ ୩ ଦିନ- ମଙ୍ଗଳବାର, ଗୁରୁବାର, ଶନିବାର- ବିମାନ ସେବା ଯୋଗାଇ ଦିଆଯିବ।

ରାଉରକେଲା (କେନ୍ୟୁଜ): ଆଜିଠୁ ରାଉରକେଲାରୁ – କୋଲକାତାକୁ ବିମାନ ସେବା। ପ୍ରଥମ ଥର ରାଉରକେଲାରୁ କୋଲକାତାକୁ ଆରମ୍ଭ ହେବ ବିମାନ ସେବା । ରାଜ୍ୟ ସରକାରଙ୍କ ସହଯୋଗରେ ଆରମ୍ଭ ହେବ । ମାତ୍ର ଦେଢ ଘଣ୍ଟାରେ ଯାତ୍ରା ସମ୍ଭବ ହେବ । ଆଲାଏନ୍ସ ଏୟାର ସହଯୋଗରେ ସପ୍ତାହରେ ୩ ଦିନ ଉଡିବ ବିମାନ ।

ଏଥିପାଇଁ ରାଜ୍ୟ ସରକାର Viability Gap Funding ଜରିଆରେ ଯୋଗାଇ ଦେଇଛନ୍ତି। ରାଜ୍ୟ ସରକାର ୩୫ଟି ଆସନ ପାଇଁ VGF ବ୍ୟବସ୍ଥା କରିଛନ୍ତି। ଆଲାଏନ୍ସ ଏୟାର ପକ୍ଷରୁ ସପ୍ତାହକୁ ୩ ଦିନ- ମଙ୍ଗଳବାର, ଗୁରୁବାର, ଶନିବାର- ବିମାନ ସେବା ଯୋଗାଇ ଦିଆଯିବ। ଏହା ଦ୍ୱାରା ସୁନ୍ଦରଗଡ ଜିଲ୍ଲାରେ ଶିଳ୍ପ ଓ ପର୍ଯ୍ୟଟନ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧିର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରାରମ୍ଭିକ ବିମାନ ଦେୟ ୧୯ ଶହ ୯୯ ଟଙ୍କା ରହିଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.