ରାଜ୍ୟ

ଯାଜପୁର: ଯାବରା ପଞ୍ଚାୟତରେ ବନ୍ୟା ବିପନ୍ନଙ୍କ ରିଲିଫ ବାଟମାରଣା ଅଭିଯୋଗ, ପ୍ରତିବାଦରେ ପଞ୍ଚାୟତ ସମ୍ମୁଖରେ ଶତାଧିକ ଗ୍ରାମବାସୀଙ୍କ ଧାରଣା

ଯାଜପୁର (କେନ୍ୟୁଜ): ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଯାବରା ପଞ୍ଚାୟତରେ ରିଲିଫ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ। ପ୍ରତିବାଦରେ ଆଜି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଶତାଧିକ ଗ୍ରାମବାସୀଙ୍କ ଧାରଣା। ଗତବନ୍ୟାରେ ରସୁଲପୁର ବ୍ଲକ ଯାବରା ପଞ୍ଚାୟତ ବିଶେଷ ଭାବରେ ପ୍ରଭାବିତ ହୋଇଥିଲା। ବନ୍ୟାରେ ପ୍ରଭାବିତ ହୋଇଥିବା ପରିବାରଙ୍କୁ ୫୦କେଜି ଚାଉଳ ଏବଂ ୫ଶହ ଟଙ୍କା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ଇତିମଧ୍ୟରେ ବନ୍ୟାକୁ ମାସେରୁ ଅଧିକ ସମୟ ବିତିଯାଇଥିଲେ ସୁଦ୍ଧା ବିପନ୍ନଙ୍କ ନିକଟରେ ରିଲିଫ ସାମଗ୍ରୀ ପହଞ୍ଚି ପାରିନାହିଁ। ପଞ୍ଚାୟତର କିଛି ଲୋକଙ୍କ ନିକଟରେ ରିଲିଫ ସାମଗ୍ରୀ ପହଞ୍ଚିଥିବା ବେଳେ ଅଧିକାଂଶ କ୍ଷତିଗ୍ରସ୍ତ ଲୋକେ ରିଲିଫ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ କରିଛନ୍ତି। ଏନେଇ ସେମାନେ ବ୍ଲକ ପ୍ରଶାସନ ଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। କିନ୍ତୁ ପ୍ରଶାସନ କୌଣସି ପଦକ୍ଷେପ ନନେବାରୁ ଆଜି ଶତାଧିକ ମହିଳା ଓ ପୁରୁଷ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ଦାବି ପୂରଣ ନହେବା ଯାଏ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସି ରହିବେ ବୋଲି ଚେତାବନୀ ଦେଇଛନ୍ତି ଗ୍ରାମବାସୀ। ଏପଟେ ତଦନ୍ତ କରାଯାଇ ସମସ୍ୟାର ସମାଧାନ କରାଯିବ ବୋଲି ରସୁଲପୁର ବିଡ଼ିଓ ଉମାକାନ୍ତ ପରିଡା ସୂଚନା ଦେଇଛନ୍ତି।

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

4 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

6 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

46 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago