ବର୍ଷା ଓ ବନ୍ୟାରେ ରାଜ୍ୟର ୨୪ ଜିଲ୍ଲାର ଚାଷୀ ପ୍ରଭାବିତ, ୧ ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ନଷ୍ଟ

ଭୁବନେଶ୍ୱର(କେନ୍ୟୁଜ୍): ଆସିଲା ବନ୍ୟା କ୍ଷୟକ୍ଷତି ରିପୋର୍ଟ । ବର୍ଷା ଓ ବନ୍ୟାରେ ରାଜ୍ୟର ୨୪ ଜିଲ୍ଲାର ଚାଷୀ ପ୍ରଭାବିତ ହୋଇଛନ୍ତି । ୧୦ଟି ଜିଲ୍ଲାରେ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି ଚାଷୀ । ୧ ଲକ୍ଷ ୨୦ ହଜାର ହେକ୍ଟର ଚାଷ ଜମି ବନ୍ୟାରେ ନଷ୍ଟ ହୋଇଛି ।

ଜଗତସିଂହପୁର, କେନ୍ଦ୍ରପଡ଼ା ଓ ପୁରୀ ଜିଲ୍ଲାରେ ଅଧିକ ଚାଷ ଜମି କ୍ଷତିଗ୍ରସ୍ତ ହୋଇଛି । ଜଗତସିଂହପୁରରେ ସର୍ବାଧିକ ୨୪୨୦ ହେକ୍ଟର ଚାଷ ଜମି ବନ୍ୟାରେ କ୍ଷତି ହୋଇଛି । ଏନେଇ କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଗତକାଲି ଚାଷୀଙ୍କ କ୍ଷୟକ୍ଷତି ନେଇ ସମୀକ୍ଷା କରିଥିଲେ କୃଷିମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.