ଲଗାଣ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି, ମୋଟୁ ରାସ୍ତା ଉପରେ ୩ ଫୁଟର ବନ୍ୟାଜଳ ପ୍ରଭାବିତ

ମାଲକାନଗିରି : ଆଜିଠୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ପାଣିପାଗ ବିଜ୍ଞାନ କେନ୍ଦ୍ର୍ରର ପୂର୍ବାନୁମାନ ଅନୁସାରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କିନ୍ତୁ ଏହାରି ଭିତରେ ମାଲକାନଗିରି ଜିଲ୍ଲାରେ ବନ୍ୟା ପରିସ୍ଥିତି ।

ଲଗାଣ ବର୍ଷା ଯୋଗୁ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ମୋଟୁ ରାସ୍ତା ଉପରେ ୩ ଫୁଟର ପାଣି ଚାଲୁଛି । ସେହିପରି କାଙ୍ଗୁରକଣ୍ଡା, ପୋଟେରୁ ପୋଲ ଉପରେ ରହିଛି ବନ୍ୟାଜଳ । ଉଭୟ ପାର୍ଶ୍ୱରେ ଅଟକି ରହିଛି ଶତାଧିକ ଗାଡି । ଫଳରେ ମାଲକାନଗିରିରୁ କାଲିମେଳାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.