ଟ୍ବିନ୍ ସିଟିରେ କୋହଲା ପାଗକୁ ବହୁଛି ପବନ, ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ

ଭୁବନେଶ୍ବର(କେନ୍ଯୁଜ୍) :ଟ୍ବିନ୍ ସିଟିରେ କୋହଲା ପାଗକୁ ବହୁଛି ପବନ। ବିଭିନ୍ନ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଥିବା ନେଇ ମଧ୍ଯ ସୂଚନା ହସ୍ତଗତ ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଏଭଳି ସ୍ଥିତି ଦେଖିବାକୁ ମିଳୁଛି।

ସୂଚନା ମୁତାବକ, ଆସନ୍ତା ୨୪ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡଘଡି ସହ କୁଆପଥର ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ମୟୂରବଞ୍ଜ, ଅନୁଗୁଳ, ଭଦ୍ରକ ଓ ବାଲେଶ୍ୱରରେ ଅଧିକ ବର୍ଷା ହେବ।

ଗତ ୨୪ଘଣ୍ଟା ଭିତରେ ସୁନ୍ଦରଗଡ଼ ବାରାଗାଓଁରେ ସର୍ବାଧିକ ୪୫. ୬ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ୫ତାରିଖରୁ ପାଗ ପୁଣି ସ୍ୱାଭାବିକ ହେବା ସହ ଶୁଖିଲା ରହିବ। ରାତିର ତାପମାତ୍ରା ସ୍ୱାଭାବିକ ତାପମାତ୍ରା ୩ରୁ ୪ ଡିଗ୍ରୀ କମିବ ସାମାନ୍ୟ ହ୍ରାସ ପାଇବା ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.