Below header

ଛାଡିଲା ଅଦିନିଆ ବର୍ଷା: ଆଉ ତିନି ଦିନ ଥରାଇବ ଥଣ୍ଡା, ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ବର: ଛାଡିଲା ବର୍ଷା, ବଢିବ ଶୀତ। ଆଉ ତିନି ଦିନ ଥରାଇବ ଥଣ୍ଡା। ତାପମାତ୍ରା ୩ରୁ ୫ ଡିଗ୍ରୀକୁ ଖସିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ବାଲେଶ୍ୱର, ଅନୁଗୁଳ, କଟକ, ସୋନପୁର ଓ ବଲାଙ୍ଗିର। କିଛି ସ୍ଥାନରେ ଘନ କୁହୁଡି ମଧ୍ୟ ଦେଖାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଗତ ୩ ଦିନ ଧରି ବର୍ଷା ଲାଗିରହିଥିଲା। କେନ୍ଦୁଝରରେ ସର୍ବାଧିକ ୨୨.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.