Below header

ମୋହନା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଥୋମାସ ମାଇକେଲଙ୍କ ପରଲୋକ

ମୋହନା (କେ ନ୍ୟୁଜ୍‌) : ଗଜପତି ଜ଼ିଲ୍ଲା ମୋହନା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ଥୋମାସ ମାଇକେଲଙ୍କର ଆଜି ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା । ସେ କିଛିଦିନ ଧରି ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡିତ ଥିଲେ । ମୋହନା ଅଞ୍ଚଳରେ ହୋଇଥିବା ବିଭିନ୍ନ ଉନ୍ନୟନ ମୂଳକ କାର‌୍ୟ୍ୟ ତଥା ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା କରିବାରେ ସ୍ବର୍ଗତ ମାଇକେଲଙ୍କ ବିଶେଷ ଅବଦାନ ରହିଥିଲା । ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି ।

ମୋହନା ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳକୁ ସଂଗଠିତ କରିବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ମଙ୍ଗଳବାର ଖ୍ରୀଷ୍ଟିୟ ରୀତିନୀତି ଅନୁସାରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.