Below header

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର

ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ଓଡ଼ିଶା ରେଗୁଲାଟେରୀ କମିସନ(ଓଇଆସି) ର ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କୁ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି ।

କେନ୍ୟୁଜ(ବ୍ୟୁରୋ) : ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ଓଡ଼ିଶା ରେଗୁଲାଟେରୀ କମିସନ(ଓଇଆସି) ର ଅଧ୍ୟକ୍ଷ ସୁରେଶ ମହାପାତ୍ରଙ୍କୁ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଶୁକ୍ରବାର ଏ ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଦାୟିତ୍ୱରେ ଥିବା ଆର୍‌ ବାଲ୍‌କ୍ରୀଷ୍ଣନ୍‌ଙ୍କୁ ତାଙ୍କ ପଦବୀରୁ ଅବ୍ୟାହତି ଦିଆଯିବା ସହ ମୁଖ୍ୟ ପରାମର୍ଶଦାତା, ସ୍ପେସିଆଲ ଇନିସିଏଟିଭ(ମୁଖ୍ୟ ଶାସନ ସଚିବ ପାହ୍ୟା) ପଦରେ ନିଯୁକ୍ତ କରାଯାଇଛି । ପଶ୍ଚିମ ଓଡ଼ିଶା ବିକାଶ ପରିଷଦ(ଡବ୍ଲ୍ୟୁଓଡିସି) ଅଧ୍ୟକ୍ଷ ଅସିତ ତ୍ରିପାଠୀଙ୍କୁ ତାଙ୍କ ପଦବୀରୁ ଅବ୍ୟାହତ ଦିଆଯାଇଥିବା ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.