ରାଜ୍ୟ

କଟକ ପୌର ନିଗମର ପୂର୍ବତନ ଡେପୁଟି ମେୟରଙ୍କ ପରଲୋକ

କଟକ(କେନ୍ୟୁଜ୍): କଟକ ପୌର ନିଗମର ପୂର୍ବତନ ଡେପୁଟି ମେୟର, ବିଜେଡିର ବରିଷ୍ଠ ନେତା ତଥା କଟକ ଘରୋଇ ବସ୍‌ ମାଲିକ ସଂଘର ସଂପାଦକ ଅଜୟ କୁମାର ବାରିକଙ୍କ ପରଲୋକ। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା।

ଶଙ୍କରପୁର ବାରିକ ସାହିର ବାସିନ୍ଦା ଅଜୟ ବାରିକ କ୍ୟାନସର ରୋଗରେ ପୀଡ଼ିତ ଥିଲେ। ଗତକାଲି ବିଳମ୍ବିତ ରାତିରେ ସେ ଗୁରୁତର ଅସୁସ୍ଥ ହୋଇ ପଡିବା ସହିତ ତାଙ୍କର ବାଦାମବାଡି ଲିଙ୍କରୋଡ୍ ବାସଭବନରେ ଶେଷ ନିଶ୍ବାସ ତ୍ୟାଗ କରିଥିଲେ।

ଶେଷ ସମୟରେ ନିକଟରେ ପତ୍ନୀ କର୍ପୋରେଟର ମଧୁସ୍ମିତା ବାରିକ, ଝିଅ ଡାକ୍ତର ମନୀଷା ବାରିକ, ପୁଅ ମନୀଷ ବାରିକ, ବୋହୂ ପଦ୍ମା, ବଡ଼ଭାଇ ରାଜକିଶୋର ବାରିକ, ବନ୍ଧୁ ଓ ଆତ୍ମୀୟସ୍ବଜନ ଉପସ୍ଥିତ ଥିଲେ। ଏହି ଖବର ପାଇ ପୂର୍ବତନ ବିଧାୟକ ପ୍ରଭାତରଂଜନ ବିଶ୍ଵାଳ, ବସ ମାଲିକ ସଂଘର ବିଭିନ୍ନ କର୍ମକର୍ତ୍ତା, ଶଙ୍କରପୁର ଅଞ୍ଚଳର ମୁରବୀମାନେ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଆଜି ତାଙ୍କର ଶେଷକୃତ୍ୟ ସଂପନ୍ନ ହେବ।

ସୂଚନା ଥାଉକି, ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ସେ କଟକ ପୌର ନିଗମର ଡେପୁଟି ମେୟର ଭାବେ କାର୍ଯ୍ୟ କରିଥିଲେ। ଶଙ୍କରପୁର, ବାଦାମବାଡି ପୂଜା କମିଟିର କାର୍ଯ୍ୟକାରୀ ସଭାପତି ଭାବେ ମଧ୍ୟ ସେ ଦାୟିତ୍ବ ନିର୍ବାହ କରିଥିଲେ। ବିଭିନ୍ନ କ୍ଷେତ୍ରରେ ସାଂଗଠନିକ ଦକ୍ଷତା ଯୋଗୁଁ ସେ ଲୋକପ୍ରିୟତା ହାସଲ କରିଥିଲେ।

Sonalisa

Recent Posts

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

13 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

21 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

37 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

1 hour ago