ପୁରୀରେ ଫୁଟିଲା ଗୁଳି: ଶ୍ରୀମନ୍ଦିର ପରିଚାଳନା କମିଟିର ପୂର୍ବତନ ସଦସ୍ୟ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ହତ୍ୟା

ପୁରୀ(କେନ୍ଯୁଜ୍): ଅଶାନ୍ତ ଶ୍ରୀକ୍ଷେତ୍ର । ପୁରୀରେ ଫୁଟିଲା ଗୁଳି। ସେବାୟତଙ୍କୁ ଗୁଳି କରି ହତ୍ୟା । ପୁରୀ ସୁଆର ନିଯୋଗ ପୂର୍ବତନ ସାଧାରଣ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ ହତ୍ୟା କରାଯାଇଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।

ବାରବାଟୀ ନିକଟରେ ଗୁଳି କରି ୨ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ହତ୍ୟା ଘଟଣାର ତଦନ୍ତ ପାଇଁ ପୁରୀ ଜିଲ୍ଲାପାଳ ଓ ଏସ୍‌ପି ହସ୍‌ପିଟାଲରେ ପହ଼ଞ୍ଚିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.