ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ, ଚିକିତ୍ସାଧୀନ ଅବସ୍ଥା ଦେହାନ୍ତ

ଭୋଗରାଇ ବିଧାୟକ ତଥା ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ୭୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ କମଳା ଦାସ । ଦୀର୍ଘଦିନ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି ।

କଟକ (କେନ୍ୟୁଜ): ଭୋଗରାଇ ବିଧାୟକ ତଥା ପୂର୍ବତନ ସ୍ଵାସ୍ଥ୍ୟମନ୍ତ୍ରୀ କମଳା ଦାସଙ୍କ ପରଲୋକ । ୭୯ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ କମଳା ଦାସ । ଦୀର୍ଘଦିନ ହେବ ସ୍ୱାସ୍ଥ୍ୟଜନିତ ସମସ୍ୟାରୁ ମେଡିକାଲରେ ଭର୍ତ୍ତି ହୋଇଥିଲେ । କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ତେବେ ତାଙ୍କ ଫୁସ୍‌ଫୁସ୍‌ରେ ସଂକ୍ରମଣ ହୋଇଥିଲା ନେଇ କୁହାଯାଉଛି । ପ୍ରଥମେ କମଳା ଭୁବନେଶ୍ୱରର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା ।

କମଳା ଦାସ ୧୬ ଅଗଷ୍ଟ ୧୯୪୫ ମସିହାରେ ଜନ୍ମ ଗ୍ରହଣ କରିଥିଲେ । କମଳା ଦାସ ଓଡିଶା ରାଜନୀତିରେ ଜନତା ଦଳର ଜଣେ କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । କମଳା ଦାସ ଭୋଗରାଇର ପୂର୍ବତନ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ। ୧୯୯୦ ମସିହାରେ ପ୍ରଥମଥର ପାଇଁ ସେ ଜନତା ଦଳ ଟିକେଟ୍‌ରୁ ବିଧାନସଭା ନିର୍ବାଚନ ଲଢ଼ିଥିଲେ ଏବଂ ବିଜୟ ମଧ୍ୟ ହୋଇଥିଲେ। ଏହାପରେ ସେ ୧୯୯୫-୨୦୦୦ ମସିହାରେ ମଧ୍ୟ ଭୋଗରାଇ ବିଧାନ ସଭା ନିର୍ବାଚନ ମଣ୍ଡଳୀ ଆସନରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ମାତ୍ର ପରବର୍ତ୍ତୀ ସମୟରେ ବିଜୁ ଜନତା ଦଳର ଗଠନ ପରେ ସେ ବିଜେଡ଼ିରେ ଯୋଗ ଦେଇଥିଲେ ଏବଂ ପରେ ବିଜେଡ଼ି ଛାଡ଼ି ଭାରତୀୟ ଜାତୀୟ କଂଗ୍ରେସରେ ଯୋଗ ଦେଇଥିଲେ ଓ ୨୦୧୪ ମସିହାରେ ପୁଣି କଂଗ୍ରେସ ଛାଡ଼ି ବିଜେଡ଼ିରେ ଯୋଗ ଦେଇଥିଲେ । କମଳା । ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟିକା ଭାବରେ କାର୍ଯ୍ୟ କରିବା ସହ ଜଣେ ମନ୍ତ୍ରୀ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.