ମାଆ ଓ ଝିଅକୁ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଜାମିନ

କେନ୍ୟୁଜ୍(ବ୍ୟୁରୋ):ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ମିଳିଲା ଜାମିନ । ମାଆ ଓ ଝିଅକୁ ହତ୍ୟା ମାମଲାରେ ଛତିଶଗଡ଼ ହାଇକୋର୍ଟ ତାଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରିଛନ୍ତି । ଏହି ମାମଲାରେ ଗତ ଏପ୍ରିଲରେ ଅନୁପଙ୍କୁ ଆଜୀବନ ଜେଲ୍‌ ଦଣ୍ଡାଦେଶ ଶୁଣାଇଥିଲେ ରାଇଗଡ଼ ସେସନ୍ସ କୋର୍ଟ ।

୨୦୧୬ ମେ’ ମାସରେ କଳ୍ପନା ଦାସ ଓ ତାଙ୍କ ୧୪ ବର୍ଷର ଝିଅକୁ ହତ୍ୟା କରାଯାଇଥିଲା । ଛତିଶଗଡ଼ ରାଇଗଡ଼ ଜିଲ୍ଲା ହମିରପୁରରୁ ଉଭୟଙ୍କ ମୃତଦେହ ମିଳିଥିଲା । ଅଭିଯୋଗରେ ୨୦୨୦ ମସିହାରେ ଅନୁପ ସାଏ ଓ ଡ୍ରାଇଭର ବର୍ଦ୍ଧନ ଟପ୍ପୋ ଗିରଫ ହୋଇଥିଲେ । ଅନୁପଙ୍କୁ ଆଜୀବନ ହୋଇଥିଲା ବେଳେ ଡ୍ରାଇଭର ବର୍ଦ୍ଧନ ଟପ୍ପୋଙ୍କୁ ଖଲାସ କରିଥିଲେ କୋର୍ଟ । ସେବେଠୁ ଜେଲ୍‌ ଥିଲେ ଅନୁପ ସାଏ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.