ପଦ୍ମ ଧରିଲେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, କିଛି ସମୟ ତଳେ ବିଜେଡିରୁ ଦେଇଥିଲେ ଇସ୍ତଫା

ପଦ୍ମ ଧରିଲେ ପ୍ରିୟଦର୍ଶୀ ମିଶ୍ର । ଶତାଧିକ ସମର୍ଥକଙ୍କ ସହ ବିରାଟ ପଟୁଆରରେ ଆସି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ପ୍ରିୟଦର୍ଶୀ ମିଶ୍ର ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ପଦ୍ମ ଧରିଲେ ପ୍ରିୟଦର୍ଶୀ ମିଶ୍ର । ଶତାଧିକ ସମର୍ଥକଙ୍କ ସହ ବିରାଟ ପଟୁଆରରେ ଆସି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ମିଶ୍ରଣ ପର୍ବରେ ପ୍ରିୟଦର୍ଶୀ ମିଶ୍ର ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ବିଜେପିର ଭୁବନେଶ୍ୱର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଶ୍ରୀ ମିଶ୍ର ପଦ୍ମ ଧରିଛନ୍ତି ।

ସୂଚନା ଯୋଗ୍ୟ ଆଜି ବିଜେଡିରୁ ଇସ୍ତଫା ଦେଇଥିଲେ ପ୍ରିୟଦର୍ଶୀ ମିଶ୍ର । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫାପତ୍ର ପଠାଇଥିଲେ । ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ଭୁବନେଶ୍ୱର ଉତ୍ତରରୁ ବିଜେଡି ବିଧାୟକ ଥିଲେ ପ୍ରିୟଦର୍ଶୀ ମିଶ୍ର । ଗତଥର ତାଙ୍କୁ ଦଳ ପ୍ରାର୍ଥୀ କରି ନଥିଲା ।  ଏଥର ଟିକେଟ୍ ଆଶାୟୀ ଥିଲେ ପ୍ରିୟଦର୍ଶୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.