ରାଜ୍ୟ

ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦଙ୍କୁ ଦିଆଗଲା ଗାର୍ଡ ଅଫ ଅନର, ଜନ୍ମମାଟି ଲାଇକିରାରେ ହେବ ଅନ୍ତିମ ସତ୍କାର

ଭୁବନେଶ୍ବର(କେନ୍ୟୁଜ୍): ପରଲୋକରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳ । ୮୪ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ଦେହାନ୍ତ ହୋଇଛି। ଦେହାନ୍ତ ପରେ ପ୍ରଥମେ ଭୁବନେଶ୍ୱର ସ୍ଥିତ ବାସଭବନକୁ ପାର୍ଥିବ ଶରୀର ଅଣାଯାଇଥିଲା । ସେଠାରେ ବନ୍ଧୁ ପରିବାର ବର୍ଗଙ୍କ ସମେତ ବହୁ ବରିଷ୍ଠ ନେତା ଶେଷ ଦର୍ଶନ କରିଥିଲେ। ପରେ ବିଧାନସଭା ପରିସରରେ ମରଶରୀରକୁ ଗାର୍ଡ ଅଫ ଅନର ଦିଆଯାଇଥିଲା।

ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ସମେତ ବହୁନେତା ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ବିଧାନସଭାରୁ ସ୍ବର୍ଗତ ହେମାନନ୍ଦ ବିଶ୍ୱାଳଙ୍କୁ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟକୁ ଅଣାଯାଇଥିଲା। ପିସିସି ସଭାପତି ନିରଂଜ୍ଜନ ପଟ୍ଟନାୟକ,ଏଆଇ ସିସି ସମ୍ପାଦକ ରୁଦ୍ର ରାଜ୍ଜୁଙ୍କ ବରିଷ୍ଠ କଂଗ୍ରେସ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ତାଙ୍କ ପୈତୃକ ଗାଁ ଝାରସୁଗୁଡ଼ା ଜିଲ୍ଲା ଠାକୁରପଡ଼ାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ କୃତ୍ୟ ସମ୍ପନ୍ନ କରାଯିବ।

Barsha

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

27 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

46 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

54 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago