ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ ଓଡ଼ିଶା ପାଇଁ ଆଜି ଏକ ଐତିହାସିକ ଦିନ

ପୁରୀ(କେନ୍ଯୁଜ୍): ଶ୍ରୀକ୍ଷେତ୍ର ଲେଖିଲା ନୂଆ ଇତିହାସ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରୀମନ୍ଦିର ସୁରକ୍ଷା, ସୌନ୍ଦର୍ଯ୍ୟକରଣ ଏବଂ ଭକ୍ତଙ୍କୁ ଅତ୍ୟାବଶ୍ୟକ ସେବା ସୁବିଧା ଯୋଗାଇଦେବା ଲାଗି ଏହି ପ୍ରକଳ୍ପର ଶୁଭାରମ୍ଭ କରାଯାଇଛି।

ପ୍ରକଳ୍ପ ଶିଳାନ୍ୟାସ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ପାଇଁ ଆଜି ଏକ ଐତିହାସିକ ଦିନ। ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରକଳ୍ପ ସାକାର ହେବାକୁ ଯାଉଛି। ମହାଯଜ୍ଞସ୍ଥଳରେ ଗଜପତି ମହାରାଜଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା କରାଯାଇଛି। କାର୍ଯ୍ୟକ୍ରମରେ ବାଚସ୍ପତି, ଆଇନ ମନ୍ତ୍ରୀ, ମୁଖ୍ୟ ସଚିବ, 5T ସଚିବ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରକଳ୍ପ ପାଇଁ ଜମିଦାନ କରିଥିବା ବ୍ୟକ୍ତିବିଶେଷ ଓ ଅନୁଷ୍ଠାନକୁ ସମ୍ବର୍ଦ୍ଧିତ କରାଯାଇଛି। ଆସନ୍ତା ଦେଢବର୍ଷ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଲକ୍ଷ୍ୟ ରହିଛି। ୨୦୧୬ ଜାନୁଆରୀରେ ଶ୍ରୀମନ୍ଦିର ସୁରକ୍ଷା କରିଡର ଓ ପରିକ୍ରମା ପ୍ରକଳ୍ପ ପରିକଳ୍ପନାର ମୂଳଦୂଆ ପଡିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.