ରାଜଧାନୀର ଚନ୍ଦ୍ରଶେଖରପୁର ନାଲ୍‌କୋ ଛକ ନିକଟରେ ଦୁଇଟି କାର୍‌ ମୁହାଁମୁହିଁ ଧକ୍କା: ୪ ମୃତ, ୨ ଗୁରୁତର

ଭୁବନେଶ୍ବର: ରାଜଧାନୀରେ ବିଳମ୍ବିତ ରାତିରେ ମର୍ମନ୍ତୁଦ ଦୁର୍ଘଟଣା। ଏହି ଦୁର୍ଘଟଣାରେ ୪ ମୃତ। ମୃତକଙ୍କ ମଧ୍ୟରେ ୩ଜଣ ପୁରୁଷ ଓ ଜଣେ ମହିଳା ରହିଛନ୍ତି। ଚନ୍ଦ୍ରଶେଖରପୁର ନାଲ୍‌କୋ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି।

ଦୁର୍ଘଟଣାରେ ଅନ୍ୟ ୨ ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁଇଟି କାର୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି କାର୍‌ ଓ ମୃତଦେହ ଜବତ କରି ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.