ଶ୍ରମିକଙ୍କ ଉପରେ ମାଡ଼ିଗଲା ଗାଡ଼ି: ୪ ମୃତ

ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ବିର୍ଜାମ ଗାଁରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଶ୍ରମିକଙ୍କ ଉପରେ ମାଡିଗଲା ଗାଡି ଫଳରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ସମସ୍ତ ମୃତକ ମଧ୍ୟପ୍ରଦେଶର ବୋଲି ସୂଚନା ମିଳିଛି ।

ବରଗଡ଼ (କେନ୍ୟୁଜ): ବରଗଡ଼ ଜିଲ୍ଲା ମେଲଛାମୁଣ୍ଡା ଥାନା ବିର୍ଜାମ ଗାଁରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଶୋଇଥିବା ବେଳେ ଶ୍ରମିକଙ୍କ ଉପରେ ମାଡିଗଲା ଗାଡି ଫଳରେ ୪ ଜଣଙ୍କର ମୃତ୍ୟୁ ହୋଇଛି । ସମସ୍ତ ମୃତକ ମଧ୍ୟପ୍ରଦେଶର ବୋଲି ସୂଚନା ମିଳିଛି । ଚାଷୀଙ୍କ ପାଇଁ ନଳକୂପ ଖୋଳିବାକୁ ଆସିଥିଲା ଗାଡ଼ି । ତେବେ ବର୍ତ୍ତମାନ ସୁଦ୍ଧା ମୃତାହତଙ୍କ କିଛି ପରିଚୟ ମିଳିନାହିଁ ।

ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ମେଲଛାମୁଣ୍ଡା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ପ୍ରଥମେ ସମସ୍ତ ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲକୁ ପଠାଇଛି । ଏହାସହ ଦୁର୍ଘଟଣା ଘଟାଇଥିବା ଗାଡିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି ପୋଲିସ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.