ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ, ଜୁନ ୧ ରେ ପଡ଼ିବ ଭୋଟ୍
ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ । ୬ ଲୋକସଭା ଆସନରେ ହେବ ଭୋଟ୍ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ପାଇଁ ହେବ ଭୋଟଗ୍ରହଣ । ୪୨ଟି ବିଧାନସଭା ଆସନରେ ହେବ ମତଦାନ । ଚତୁର୍ଥ ପର୍ଯ୍ୟାୟ ମତଦାନ ଜୁନ ୧ ତାରିଖରେ ହେବ ।

ଭୁବନେଶ୍ୱର (କେନ୍ୟୁଜ): ଓଡ଼ିଶାରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ । ୬ ଲୋକସଭା ଆସନରେ ହେବ ଭୋଟ୍ । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ପାଇଁ ହେବ ଭୋଟଗ୍ରହଣ । ୪୨ଟି ବିଧାନସଭା ଆସନରେ ହେବ ମତଦାନ । ଚତୁର୍ଥ ପର୍ଯ୍ୟାୟ ମତଦାନ ଜୁନ ୧ ତାରିଖରେ ହେବ । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଶେଷ ତାରିଖ ରହିଛି ମେ’ ୧୪ । ୧୫ ତାରିଖରେ ଯାଂଚ ଏବଂ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି ମେ’ ୧୭ ।
ଗତକାଲି ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ ଥିଲା । ରାଜ୍ୟରେ ତୃତୀୟ ପର୍ଯ୍ୟାୟରେ ୬ଟି ଲୋକସଭା ଏବଂ ଏହା ଅଧୀନରେ ଥିବା ୪୨ ଟି ବିଧାନସଭା ଆସନରେ ଭୋଟିଂ ହେବ । ଏହି ୬ ଲୋକସଭା କ୍ଷେତ୍ର ହେଉଛି ପୁରୀ, କଟକ, ଭୁବନେଶ୍ବର, ଢେଙ୍କାନାଳ, ସମ୍ବଲପୁର ଓ କେନ୍ଦୁଝର । ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ମେ ୨୫ରେ ହେବ ।