ଖୁସି ଖବର! ରାଜ୍ୟର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମାଗଣାରେ ଟିକା ଦେବାକୁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାବାସୀଙ୍କ ପାଇଁ ଖୁସି ଖବର। କରୋନା କାଳରେ ସମସ୍ତଙ୍କ ପାଇଁ ମାଗଣା ଟିକା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟର ୧୮ ବର୍ଷରୁ ଊର୍ଦ୍ଧ୍ୱ ସମସ୍ତଙ୍କୁ ମାଗଣାରେ ଟିକା ଦେବାକୁ ମୁଖ୍ୟମନ୍ତ୍ରୀ ଆଜି ଘୋଷଣା କରିଛନ୍ତି।

ଟିକା ପାଇଁ କାହାରିକୁ ବି ଟଙ୍କାଏ ଦେବାକୁ ପଡ଼ିବ ନାହିଁ ବୋଲି ଏ ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ମେ ୧ରୁ ଏହି ମାଗଣା ଟିକାଦାନ କାର୍ଯ୍ୟକ୍ରମ ଆରମ୍ଭ ହେବ। ଏଥିପାଇଁ ରାଜ୍ୟ ସରକାରଙ୍କୁ ୨୦୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡ଼ିବ। ୧୮ ବର୍ଷରୁ ୪୪ ବର୍ଷ ମଧ୍ୟରେ ସମସ୍ତେ ମାଗଣାରେ କରୋନା ଟିକା ନେଇପାରିବେ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.