Below header

ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାମାନଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ: ମୁଖ୍ୟମନ୍ତ୍ରୀ

ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଂକୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି । 5T ଉପକ୍ରମରେ ରାଜ୍ୟରେ ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ପିଲାମାନଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ । ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଂକୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପରି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି। ଆଗାମୀ ଶିକ୍ଷାବର୍ଷ ୨୦୨୪-୨୫ରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ।

ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ଛାତ୍ରଛାତ୍ରୀଂକୁ ମାଗଣା ପାଠ୍ୟପୁସ୍ତକ ରାଜ୍ୟ ସରକାର ଯୋଗାଇ ଦେବେ । ଏହାଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ୯ କୋଟି ୪୩ ଲକ୍ଷ ଟଙ୍କା ବାର୍ଷିକ ଖର୍ଚ୍ଚ କରିବେ ।

ଘରୋଇ ଓଡ଼ିଆ ମାଧ୍ୟମ ବିଦ୍ୟାଳୟମାନଙ୍କରେ ପାଠ ପଢୁଥିବା ପିଲାମାନେ ବାର୍ଷିକ ହାଇ ସକୁଲ ସାର୍ଟିଫିକେଟ ପରୀକ୍ଷାରେ ଉତ୍ତମ ପ୍ରଦର୍ଶନ କରିବା ସହିତ ବିଭିନ୍ନ କ୍ଷେତ୍ରରେ ସେମାନଙ୍କର ଦକ୍ଷତା ମଧ୍ୟ ପ୍ରତିପାଦନ କରିଆସୁଛନ୍ତି । ରାଜ୍ୟ ସରକାର ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଂକୁ ମାଗଣା ପାଠ୍ୟପୁସ୍ତକ ଯୋଗାଇବା ସହ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ ଓ ଗୁଜୁରାଟ ଆଦି ରାଜ୍ୟମାନଙ୍କରେ ଥିବା ଓଡ଼ିଆ ପିଲାମାନଙ୍କୁ ମାଗଣାରେ ପାଠ୍ୟପୁସ୍ତକ ଯୋଗାଇଆସୁଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.