ନୀରବି ଗଲେ ବାଲିକୁଦା ମାଟିର ଗାନ୍ଧୀ ବର୍ଷିଆନ ସ୍ବାଧୀନତା ସଂଗ୍ରାମୀ ବିଶ୍ବନାଥ ଦାସ

ଜଗତସିଂହପୁର(କେନ୍ୟୁଜ୍): ନୀରବି ଗଲେ ଜଗତସିଂହପୁର ଜିଲ୍ଲା ବାଲିକୁଦା ମାଟିର ଗାନ୍ଧୀ ବୋଲି କୁହାଯାଉଥିବା ବର୍ଷିଆନ ସ୍ବାଧୀନତା ସଂଗ୍ରାମୀ ବିଶ୍ବନାଥ ଦାସ।  ଚିକିତ୍ସାଧୀନ ଅବସ୍ଥାରେ ଗତ ରାତିରେ ତାଙ୍କର ବିୟୋଗ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୧୦୬ ବର୍ଷ ହୋଇଥିବା ବେଳେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ସେ କଟକ ବଡ ମେଡିକାଲରେ ଚିକିତ୍ସିତ ହେଉଥିଲେ।

ଏକ ସ୍ଵତନ୍ତ୍ର ଡାକ୍ତରୀ ଦଳ ତାଙ୍କର ଚିକିତ୍ସା କରୁଥିଲେ ଓ ଗତ ୮ ଦିନ ହେବ ସେ ଭେଣ୍ଟିଲେଟରରେ ଥିଲେ। ସୂଚନା ଅନୁସାରେ ସୋମବାର ବିଳମ୍ବିତ ରାତିରେ ତାଙ୍କର ମୃତ୍ୟୁ ହୋଇଛି। ସେ ଦୁଇଥର ରାଷ୍ଟ୍ରପତି ପୁରସ୍କାର ଲାଭ କରିଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କର ଶେ‌ଷ ଦର୍ଶନ କରିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.