ଆସୁଛି ଆଉ ଏକ ଲଘୁଚାପ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଆଗକୁ ବଡ଼ ବର୍ଷା। ଲଘୁଚାପ ପ୍ରଭାବରେ ୨୮ରୁ ୩୧ ତାରିଖ ଯାଏ ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ୨୯ ବେଳକୁ ପୂର୍ବ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । କ୍ରମଶଃ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼କୁ ମୁହାଁଇବା ସମ୍ଭାବନା ରହିଛି । ସେପଟେ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲା ଓ ଆସନ୍ତାକାଲି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୨୮ ତାରିଖରୁ ବଢିବ ବର୍ଷାର ପରିମାଣ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଦକ୍ଷିଣ ଓଡ଼ିଶାର ୪ ଜିଲ୍ଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

You might also like