ରାଜ୍ୟ

ମେ’ ୨୨ରୁ ମୁଖ୍ୟମନ୍ତ୍ରୀ କରିବେ ବିଭିନ୍ନ ବିଭାଗର ସମୀକ୍ଷା, ସବୁ ମନ୍ତ୍ରୀ ଦେବେ ରିପୋର୍ଟ କାର୍ଡ

ଭୁବନେଶ୍ୱର (କେନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ଚତୁର୍ଥ ବର୍ଷ ପୂରଣ ହେବ ମେ ୨୯ରେ । ରାଜ୍ୟବାସୀଙ୍କୁ ସରକାର ଦେବେ ସଫଳତାର ହିସାବ। ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ । ମେ ୨୨ରୁ ବିଭିନ୍ନ ବିଭାଗର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ। ସବୁ ମନ୍ତ୍ରୀ ଦେବେ ନିଜ ବିଭାଗର ୫ ପ୍ରମୁଖ କାର୍ଯ୍ୟର ବିବରଣୀ। ୫-ଟି ଓ ‘ମୋ ସରକାର’ ଉପକ୍ରମ ସମ୍ପର୍କରେ ତଥ୍ୟ ଦେବେ। ରାଜ୍ୟର ବିକାଶ ଦିଗରେ ଏକ ନିଷ୍ଠା ଓ ନିରନ୍ତର ଉଦ୍ୟମ ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ ଦେଇଛନ୍ତି।

ସାଧାରଣ ଲୋକଙ୍କ ହିତରେ ସରକାର ଅନେକ କଲ୍ୟାଣକାରୀ ଯୋଜନା କାର୍ଯ୍ୟକାରୀ କରି ଆସୁଛନ୍ତି। ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିର ଅଗ୍ରାଧିକାର ଭିତ୍ତିରେ ପାଳନ ସରକାରଙ୍କ ସର୍ବପ୍ରଥମ ଦାୟିତ୍ୱ। କଥାରେ ନୁହେଁ କାମରେ ବିଶ୍ୱାସ କରୁ, ଏକଥା ଆମେ ସ୍ପଷ୍ଚ ଭାବେ ଓଡ଼ିଶାର ଜନସାଧାରଣଙ୍କ ନିକଟରେ ମଧ୍ୟ ରଖି ସାରିଛନ୍ତି। ଏହି ପ୍ରରିପ୍ରେକ୍ଷୀରେ ମେ ୨୨ ତାରିଖରୁ ବିଭିନ୍ନ ବିଭାଗର ସମୀକ୍ଷା କରାଯିବ।

ସୂଚନା ଅନୁସାରେ ମେ’ ୨୨ ତାରିଖରେ କୃଷି ଏବଂ କୃଷକ ସଶକ୍ତିକରଣ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସମୀକ୍ଷା ବୈଠକ ହେବ। ୨୩ରେ ପୂର୍ତ୍ତ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ୨୪ରେ ପଞ୍ଚାୟତିରାଜ, ବାଣିଜ୍ୟ ଓ ପରିବହନ, ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ସମୀକ୍ଷା ବୈଠକ ହେବ। ୨୫ରେ ଜଳସମ୍ପଦ, ଉଚ୍ଚ ଶିକ୍ଷା, ଯୋଜନା ଏବଂ ବିଭାଗର ବୈଠକ ହେବ। ୨୬ ତାରିଖରେ ଗୃହ ଓ ନଗର ଉନ୍ନୟନ, ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେବେ।

Barsha

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ପୁରୁଣା ବନ୍ଧୁଙ୍କ ସହ ଭେଟ କରିବା ଯୋଗୁ ଖୁସି ରହିବେ

ମେଷ: ଅନ୍ୟମାନଙ୍କ ସଫଳତା ଦ୍ୱାରା ଆର୍ଥିକ ଲାଭବାନ ହେବେ । ପ୍ରେମ କରୁଥିବା ଲୋକଙ୍କୁ ସାଥୀଙ୍କ କଥାକୁ ବୁଝିବାକୁ ପଡ଼ିବ,…

3 hours ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ଟିମ୍ ରେ ୭୨ ଜଣ ମନ୍ତ୍ରୀ, ୩୦ କ୍ୟାବିନେଟ, ୫ ଜଣ ରାଷ୍ଟ୍ରପାହ୍ୟା ସ୍ବାଧୀନ ଓ ୩୬ ରାଷ୍ଟ୍ର ପାହ୍ୟା ମନ୍ତ୍ରୀ

ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ଏମାନଙ୍କ ମଧ୍ଯରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ରହିଥିବା…

4 hours ago

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ପଡ଼ୋଶୀ ରାଷ୍ଟ୍ର ନେତାଙ୍କ ସହ ସେଲିବ୍ରିଟି ଓ ଶିଳ୍ପପତିଙ୍କ ଗହଳି, ଶାହାରୁଖ, ରଜନୀକାନ୍ତ, ଅକ୍ଷୟ,ଅମ୍ବାନୀ ଓ ଆଦାନୀ

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ସେଲିବ୍ରିଟିଙ୍କ ଗହଳି। ଶାହାରୁଖ ଖାନ, ରଜନୀକାନ୍ତ, ଅକ୍ଷୟ କୁମାର ସାମିଲ ହୋଇଥିଲେ। ଅନୀଲ କପୁର,…

5 hours ago

‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ଉଦଯାପିତ, ଯୋଗଦେଲେ ବଲିଉଡର ଖ୍ୟାତନାମା ନିର୍ଦ୍ଦେଶକ ଅମିତ ରାଏଙ୍କ ସହ ବିଶିଷ୍ଟ ଲେଖିକା ଡକ୍ଟର ପ୍ରତିଭା ରାୟ

ଭୁବନେଶ୍ୱର : ଭୁବନେଶ୍ୱର ଜୟଦେବ ଭବନଠାରେ ଆୟୋଜିତ ‘ଭୁବନେଶ୍ୱର ଚଳଚ୍ଚିତ୍ର ଉତ୍ସବ’ ରବିବାର ସନ୍ଧ୍ୟାରେ ଉଦଯାପିତ ହୋଇଛି । ଶେଷ…

5 hours ago

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ

ମୋଦିଙ୍କ ନୂଆ ଟିମରେ ଓଡ଼ିଶାର ୩ ସାଂସଦ । ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଓ ଅଶ୍ବିନୀ ବୈଷ୍ଣବ ।…

6 hours ago

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ, ଶପଥ ନେଲେ ପ୍ରଧାନମନ୍ତ୍ରୀଙ୍କ ସହ ଟିମ୍‌ କ୍ୟାବିନେଟ୍‌, ଓଡିଶାକୁ ୩ କ୍ୟାବିନେଟ ମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୩ୟ ଇନିଂସ ଆରମ୍ଭ …

7 hours ago