ପୁରୀ(କେନ୍ୟୁଜ୍): ଭକ୍ତଙ୍କ ପାଇଁ ଖୁସି ଖବର । ଆଜିଠୁ ପ୍ରତ୍ୟେକ ରବିବାର ଖୋଲାରହିବ ଶ୍ରୀମନ୍ଦିର । କୋଭିଡ୍ ପାଇଁ ଦୀର୍ଘ ୨ ବର୍ଷ ହେବ ଦର୍ଶନରେ କଟକଣା ଥିଲା । ପୂର୍ବରୁ ସପ୍ତାହରେ ୬ ଦିନ ମହାପ୍ରଭୁଙ୍କ ଦର୍ଶନ ଅନୁମତି ଥିଲା । କୋଭିଡ୍ କଟକଣା ଯୋଗୁ ରବିବାର ଶ୍ରୀମନ୍ଦିର ବନ୍ଦ ରହିବା ସହ ମନ୍ଦିର ପରିସରକୁ ସାନିଟାଇଜ୍ କରାଯାଉଥିଲା।
ଏହା ଛଡା ରବିବାର ଛୁଟି ଦିନରେ ପ୍ରବଳ ଭକ୍ତଙ୍କ ଗହଳିକୁ ଦୃଷ୍ଟିରେ ରଖି ଦର୍ଶନ ବନ୍ଦ ରଖାଯାଇଥିଲା। ତେବେ କୋଭିଡ୍ ସ୍ଥିତିରେ ସୁଧାର ଆସିବା ପରେ ଆଜିଠୁ ରବିବାର ଦର୍ଶନ ଆରମ୍ଭ ହୋଇଛି। ଏବେ ଭକ୍ତ ସପ୍ତାହରେ ୭ ଦିନ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ।
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…