ଆଜିଠୁ ରାଜ୍ୟରେ ୫ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ, ରାଜ୍ୟରେ ସକ୍ରିୟ ହେଲା ପଶ୍ଚିମା ଝଡ଼

ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି। ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କନ୍ଧମାଳକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟରେ ସକ୍ରିୟ ହେଲା ପଶ୍ଚିମା ଝଡ଼। ପ୍ରଭାବରେ ଆଜିଠୁ ରାଜ୍ୟରେ ୫ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି। ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, କନ୍ଧମାଳକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ତା ସହ କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, ଜଗତସିଂହପୁର, କଟକ, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.