କାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯାଉଛି । ଫଳରେ ଆସନ୍ତା ୨୦ ଓ ୨୧ ତାରିଖରେ କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଶଙ୍କା କରାଯାଉଛି ।

ଭୁବନେଶ୍ୱର (କେନ୍ୟୁଜ୍‌) : ରାଜ୍ୟରେ ଆସନ୍ତା ୨ ଦିନ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏ ନେଇ ସୂଚନା ଜାରି କରାଯାଇଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କୁହାଯାଉଛି । ଫଳରେ ଆସନ୍ତା ୨୦ ଓ ୨୧ ତାରିଖରେ କିଛି କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଶଙ୍କା କରାଯାଉଛି ।

ପାଣିପାଗ ବିଭାଗ ଅନୁଯାୟୀ ଆସନ୍ତାକାଲି ୨୦ ତାରିଖରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷ ହେବ । ଅନ୍ୟପଟେ ୨୧ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ାରେ ହାଲୁକା ବର୍ଷା ସମ୍ଭାବନା ରହିଛି । ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଝାରସୁଗୁଡ଼ା, ଦେବଗଡ଼ ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବର୍ଷା କାରଣରୁ ଆଗାମୀ ୩ ରୁ ୪ ଦିନ ଯାଏ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ । କିନ୍ତୁ ପରବର୍ତ୍ତୀ ସମୟରେ ରାତି ତାପମାତ୍ରାରେ ୨ ରୁ ୪ ଡିଗ୍ରୀ ହ୍ରାସ ପାଇବା ସମ୍ଭାବନା ରହିଛି । ବାତ୍ୟା ମିଧିଲି ବାଂଲାଦେଶ ଅତିକ୍ରମ କରିଥିବା ବେଳେ ଓଡ଼ିଶାରେ ଏହାର ସିଧାସଳଖ କୌଣସି ପ୍ରଭାବ ପଡ଼ିନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.