Categories: ରାଜ୍ୟ

ପୁଣି ବେଲଗାମ ତୈଳ ଦର : କମିଥିଲା ଅଢ଼େଇ ଟଙ୍କା, ବଢ଼ିଲାଣି ଅଧାରୁ ଅଧିକ

କମିଥିଲା ଅଢ଼େଇ ଟଙ୍କା । ବଢ଼ିଲାଣି ଅଧାରୁ ଅଧିକ । ତା ପୁଣି ୪ ଦିନ ଭିତରେ । ଏହା ଭିତରେ ପେଟ୍ରୋଲ ଲିଟର ପ୍ରତି ୧ଟଙ୍କା ୨୦ ପଇସା ଓ ଡିଜେଲ ଲିଟର ପିଛା ୧ଟଙ୍କା ୪୦ ବଢ଼ିଲାଣି । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୮୦ ଟଙ୍କା ୯୪ ପଇସା ଓ ଡିଜେଲ ଲିଟର ୭୯ ଟଙ୍କା ୩୧ ପଇସା ରହିଛି । ବେଲଗାମ ତୈଳ ଦରକୁ ନେଇ ଗ୍ରାହକଙ୍କ ମଧ୍ୟରେ ବଢୁଛି ଅସନ୍ତୋଷ ।

ସେପଟେ ତୈଳ ଦରରେ ଭାଟ୍‌ ଛାଡ଼କୁ ନେଇ ରାଜ୍ୟ ଓ କେନ୍ଦ୍ର ମଧ୍ୟରେ ଚାଲିଛି ତୁତୁ ମେଁମେଁ । ଜନସାଧାରଣଙ୍କ ସ୍ୱାର୍ଥ ପାଇଁ ରାଜ୍ୟ ସରକାର ଭାଟ କମାଇବା ଦରକାର ବୋଲି ପେଟ୍ରୋଲିୟମ ମନ୍ତ୍ରୀ କହିଛନ୍ତି । ସେପଟେ ତୈଳ କଂପାନୀଙ୍କ ସହ କେନ୍ଦ୍ର ସରକାରଙ୍କ ସଲାସୁତୁରାର ଫଳ ଭୋଗୁଛନ୍ତି ଗ୍ରାହକ ବୋଲି କହିଛନ୍ତି ମନ୍ତ୍ରୀ ସୂର୍ଯ୍ୟନାରାୟଣ ପାତ୍ର ।

ପୂର୍ବରୁ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ବେଳେ ତୈଳ ଦରର ଅହେତୁକ ବୃଦ୍ଧି ଉପରେ କିଛି ଦିନ ପାଇଁ ବ୍ରେକ ଲାଗିଥିଲା । ଏବେ ଆଗକୁ ରହିଛି ୫ଟି ରାଜ୍ୟର ବିଧାନସଭା ନିର୍ବାଚନ । ଏହାପୂର୍ବରୁ ତେଲ ଉପରେ ଅଢେଇ ଟଙ୍କା କମାଇ କେନ୍ଦ୍ର ସରକାର ପଲଟିକାଲ ଷ୍ଟଣ୍ଟ କରୁନାହାନ୍ତି ତ?

KNews Bureau

Recent Posts

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

3 mins ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

8 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

9 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

9 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

10 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

11 hours ago