ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ, ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା

ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ। ଏଥିପାଇଁ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି । ଆଜି ମଧ୍ୟାହ୍ନଧୂପ ପରେ ବଡଭାଇ ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଏଥିପାଇଁ ରଙ୍ଗବେରଙ୍ଗର ବାସୁଙ୍ଗା ପାଟରେ ପ୍ରସ୍ତୁତ ହୋଇ ରହିଛି ରାକ୍ଷୀ।

ପୁରୀ  (କେନ୍ୟୁଜ୍)  :  ଆଜି ପବିତ୍ର ଗହ୍ମାପୂର୍ଣ୍ଣମୀ ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ। ଏଥିପାଇଁ ପୁରୀ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି କରାଯାଉଛି । ଆଜି ମଧ୍ୟାହ୍ନଧୂପ ପରେ ବଡଭାଇ ପ୍ରଭୁ ବଳଭଦ୍ର ଓ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବେ ଭଉଣୀ ସୁଭଦ୍ରା। ଏଥିପାଇଁ ରଙ୍ଗବେରଙ୍ଗର ବାସୁଙ୍ଗା ପାଟରେ ପ୍ରସ୍ତୁତ ହୋଇ ରହିଛି ରାକ୍ଷୀ। ବଳଭଦ୍ରଙ୍କ ପାଇଁ ବାଇଗଣୀ-ନୀଳ ଓ ଜଗନ୍ନାଥଙ୍କ ପାଇଁ ହଳଦିଆ-ନାଲି ରଙ୍ଗର ୨ଟି ଲେଖାଏଁ ରାକ୍ଷୀ ପ୍ରସ୍ତୁତ କରାଯାଇଛି। ଏହାଛଡା ପାର୍ଶ୍ବ ଦେବାଦେବୀଙ୍କ ପାଇଁ ମଧ୍ୟ ରାକ୍ଷୀ ପ୍ରସ୍ତୁତ ହୋଇ ରହିଛି ।

ଗହ୍ମା ପୂର୍ଣ୍ଣମୀ ଦିନ ଉତ୍କଳୀୟ ପରମ୍ପରା ଅନୁସାରେ ଭଉଣୀ ଭାଇ ହାତରେ ସ୍ନେହର ଡୋରି ବାନ୍ଧିଥାଏ। ଶ୍ରୀମନ୍ଦିରରେ ମଧ୍ୟ ଭଉଣୀ ସୁଭଦ୍ରା ଏହି ଦିନ ବଡ଼ଭାଇ ବଳଭଦ୍ର ଓ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ହାତରେ ରାକ୍ଷୀ ବାନ୍ଧିବାର ପରମ୍ପରା ଯୁଗ ଯୁଗ କାଳରୁ ରହି ଆସିଛି । ସେହିପରି ଆଜି ଶ୍ରୀମନ୍ଦିରରେ ମଧ୍ୟ ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ । ଦ୍ୱିପହର ଧୂପ ପରେ ମଙ୍ଗଳାର୍ପଣ କରାଯାଇ ସ୍ୱତନ୍ତ୍ର ନିତୀ ଅନୁଷ୍ଠିତ ହେବାସହ ଚକ୍ରରାଜ ସୁଦର୍ଶନ ବିମାନରେ ମାର୍କଣ୍ଡ ପୁଷ୍କରଣୀକୁ ବିଜେ କରିବେ । ସେଠାରେ ମାଟିର ବଳଭଦ୍ର ପ୍ରତିମା ନିର୍ମାଣ କରାଯିବ । ପୂଜାପଣ୍ଡା ସେବକ ଜୀବନ୍ୟାସ ଦେବାପରେ ଜାତକର୍ମ ଅନୁଷ୍ଠିତ ହେବ । ପରେ ପଂଚୋପଚାର, ଶୀତଳ ମଣୋହୀ ଓ ବନ୍ଦାପନା କରାଯାଇ ବଳଭଦ୍ରଙ୍କ ମାଟି ପ୍ରତିମାକୁ ମାର୍କଣ୍ଡ ପୁଷ୍କରଣୀରେ ବିସର୍ଜନ କରାଯିବ । ଏହାପରେ ବିମାନବଡୁ ସେବକ ମାନେ ସୁଦର୍ଶନଙ୍କୁ ବିମାନରେ ବସାଇ ଚାରି ଆଶ୍ରମ ଭ୍ରମଣ କରାଇବା ପରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.