ରାଜ୍ୟ

କରୋନା ଯୋଗୁଁ ସ୍ନାନମଣ୍ଡପରେ ଛେରାପହଁରା କରିବେ ନାହିଁ ଗଜପତି ଦିବ୍ୟସିଂହ ଦେବ

ପୁରୀ(କେ ନ୍ୟୁଜ): ଆସନ୍ତାକାଲି ସ୍ନାନ ମଣ୍ଡପରେ ଛେରାପହଁରା କରିବେ ନାହିଁ ଗଜପତି ଦିବ୍ୟସିଂହ ଦେବ। ଗଜପତିଙ୍କ ସ୍ଥାନରେ ତାଙ୍କ ପ୍ରତିନିଧି ମୁଦିରସ୍ତ ଛେରାପହଁରା କରିବେ । କୋଭିଡ୍‌ କଟକଣା ଯୋଗୁ ଅନୁପସ୍ଥିତ ରହିବେ ଗଜପତି ମହାରାଜ । କହିରଖିବା ଉଚିତ ହେବକି ଗତବର୍ଷ ବି ଗଜପତିଙ୍କ ଅନୁପସ୍ଥିତିରେ ମୁଦିରସ୍ତ ଛେରା ପହଁରା କରିଥିଲେ । କାଲି ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ରତ୍ନବେଦୀରୁ ସ୍ନାନବେଦୀକୁ ବିଜେ କରିବେ ଶ୍ରୀଜୀଉ । ଗଜବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ସ୍ନାନଯାତ୍ରା ପାଇଁ ସରିଛି ସମସ୍ତ ପ୍ରସ୍ତୁତି । ଏନେଇ ସେବାୟତମାନଙ୍କୁ ପାସ୍‌ ବଣ୍ଟନ କରାଯାଇଛି। ଆରଟିପିସିଆର ନେଗେଟିଭ୍‌ ରିପୋର୍ଟ ସହ ପାସ୍‌ ପାଇଥିବା ସେବାୟତ ସାମିଲ ହେବେ।

ଆଜି ରାତି ଗୋଟାଏରୁ ଆରମ୍ଭ ହେବ ଶ୍ରୀଜୀଉଙ୍କ ପହଣ୍ଡି ବିଜେ ନୀତି । ଧାଡିପହଣ୍ଡିରେ ସ୍ନାନମଣ୍ଡପକୁ ବିଜେ କରିବେ ମହାପ୍ରଭୁ । କୋଠ ସୁଆଁସିଆମାନେ ଗତକାଲି ରାତି ୧ଟା ୩୦ରୁ ଯାଇ ରତ୍ନବେଦୀରେ ଚାରମାଳ ବାନ୍ଧିବା କାମ ଶେଷ କରିଛନ୍ତି। ଆଜି ମହାପ୍ରଭୁଙ୍କ ସେନାପଟା ଲାଗି କରାଯାଇଛି। କୋଭିଡ କଟକଣା ପାଇଁ ଶ୍ରୀକ୍ଷେତ୍ରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଆଜି ରାତିରୁ ଜାରି ହେବ ୧୪୪ ଧାରା । ରାତି ୧୦ଟାରୁ ୧୪୪ ଧାରା ଲାଗୁ ହୋଇ ୨୫ ତାରିଖ ଭୋର ୨ଟା ଯାଏ ବଳବତ୍ତର ରହିବ ।

KNews Bureau

Recent Posts

ଦୁର୍ଘଟଣାରେ ଗୋଡ ହରାଇ ଥିବା ଶିକ୍ଷକଙ୍କୁ ପାଣି ପିଆଇ ସାନ୍ତ୍ଵନା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର(କେନ୍ୟୁଜ୍‌): ସମୟ ଥିଲା ଅପରାହ୍ନ । ଅନେକ ବ୍ୟକ୍ତି, ସଂଗଠନ, ସାଧାରଣ ଲୋକ ଆସି ରାଜ୍ୟ ଅତିଥି ଭବନର ଅସ୍ଥାୟୀ…

22 mins ago

ରାଜଧାନୀ ରାସ୍ତା କଡ଼ରେ ଗଛ ଲଗାଉଥିବା ଓ ପାଣି ଦେଉଥିବା ଏ ବ୍ୟକ୍ତିଙ୍କୁ ଦେଖିଛନ୍ତି କି ?

ଭୁବନେଶ୍ୱର: ଟାଇଁ ଟାଇଁ ମୁଣ୍ଡଫଟା ଖରା । ଚାଲିକି କି ସାଇକେଲରେ ଯିବା ଲୋକ ଖୋଜୁଛି ଗଛ ଛାଇ ଟିକେ…

36 mins ago

କାର ସହ ବାଇକ୍‌ ମୁହାଁମୁହିଁ ଧକ୍କା, ୨ ମୃତ

ଗଞ୍ଜାମ(କେନ୍ୟୁଜ୍‌): କାର ସହ ମୋଟର ସାଇକେଲ ମୁହାଁମୁହିଁ ଧକ୍କା। ୨ ବାଇକ ଆରୋହୀ ମୃତ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ…

50 mins ago

ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ରାଜ୍ୟରେ ଜାରି ରହିବ ଗ୍ରୀଷ୍ମ ଲହରୀ

ଭୁବନେଶ୍ୱର(କେନ୍ୟୁଜ୍‌): ନିଷ୍କ୍ରିୟ ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାରେ ପ୍ରବେଶ କରିବା ପରେ ଆଉ ଆଗକୁ…

60 mins ago

କାଲି ଆର୍ଟ ଅଫ୍ ଗିଭିଂ ଦିବସ, ୨୦୦ ଦେଶ ଏବଂ ୨୫ ହଜାର ସ୍ଥାନରେ ହେବ ପାଳନ

ଭୁବନେଶ୍ୱର(କେନ୍ୟୁଜ୍‌): ଆସନ୍ତାକାଲି ପାଳିତ ହେବ ଆର୍ଟ ଅଫ୍ ଗିଭିଂ ଦିବସ । ଅନ୍ୟକୁ ସାହାଯ୍ୟ ଏବଂ ଦାୟିତ୍ବ ସମ୍ପନ୍ନ ଭାବେ…

1 hour ago

ବିଚାରାଧୀନ ମହିଳା କଏଦୀଙ୍କ ମୃତ୍ୟୁ

ରାଇରଙ୍ଗପୁର (କେନ୍ୟୁଜ୍‌) : ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଉପକାରାଗାର ର ବିଚାରାଧୀନ ମହିଳା କଏଦୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ମୃତ…

2 hours ago