ପୁରୀ ଗୁଣ୍ଡିଚା ମନ୍ଦିରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ(କେନ୍ୟୁଜ୍): ପୁରୀ ଗୁଣ୍ଡିଚା ମନ୍ଦିରରେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଗୁଣ୍ଡିଚା ମନ୍ଦିର ଜଗମୋହନର ତିନିଟି ସ୍ତମ୍ଭର ବିମ୍‌ ଓ କଲମ୍‌ କ୍ୟାପିଟାଲରେ ଫାଟ ଥିବା ନେଇ ସେ ଅନୁଧ୍ୟାନ କରିଛନ୍ତି । ଶ୍ରୀମନ୍ଦିର ପରିଚାଳନା କମିଟି ଅଧ୍ୟକ୍ଷ ତଥା ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ସହ ଶ୍ରୀମନ୍ଦିର ପ୍ରଶାସନର ଅଧିକାରୀ ଓ ଏଏସଆଇ ଉପସ୍ଥିତ ଅଛନ୍ତି ।

ଏପଟେ ଆଜି ଶ୍ରୀମନ୍ଦିରରେ ପାଳିତ ହେଉଛି ଦେବ ଦୀପାବଳୀ। ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ୟୁଷ୍ୟମାନଙ୍କ ଭଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ତିନି ଦିନ ଦୀପଦାନ କରନ୍ତି । ମାର୍ଗଶୀର କୃଷ୍ଣ ଚତୁର୍ଦଶୀ ଦିନ ଅଦିତି କଶ୍ୟପଙ୍କ ଉଦ୍ଦେଶ୍ୟରେ, ଆମାବାସ୍ୟା ଦିନ ଦଶରଥ କୌଶଲ୍ୟାଙ୍କ ଉଦ୍ଦେଶ୍ୟରେ, ପ୍ରତିପଦା ଦିନ ବସୁଦେବ ଦେବକୀ, ନନ୍ଦ ଯଶୋଦା, ଇନ୍ଦ୍ରଦ୍ୟୁମ୍ନ ଓ ଗୁଣ୍ଡିଚା ଦେବୀଙ୍କ ଉଦ୍ଦେଶ୍ୟରେ ପ୍ରଦୀପ ଉତ୍ସର୍ଗ କରନ୍ତି। ପ୍ରଥମ ଦିନରୁ ଦୀପାବଳି ଉତ୍ସବ ଆରମ୍ଭ ହୋଇ ତୃତୀୟ ଓ ଶେଷ ଦିନରେ ଶେଷଦୀପାବଳି ଉତ୍ସବ ଶ୍ରୀମନ୍ଦିରରେ ପାଳନ କରାଯାଏ । ଏହିଦିନ ମାନଙ୍କରେ ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବ ଦୀପାବଳି କୁହାଯାଏ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.