ଆଜି ପବିତ୍ର ମାଘ ପୂର୍ଣ୍ଣିମା, ଶ୍ରୀମନ୍ଦିରରେ ଗଜୋଦ୍ଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜୀଉ

ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ ।

ପୁରୀ (କେନ୍ୟୁଜ): ଆଜି ପବିତ୍ର ମାଘ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଗଜୋଦ୍ଧାରଣ ବେଶ ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ବେଶରେ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶ୍ରୀବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୂଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ ।

ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ। ପୌରାଣିକ କଥା ବସ୍ତୁ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ଭୀର ତାଙ୍କୁ ଆକ୍ରମଣ କରିଥିଲା । ଗଜରାଜ କ୍ଷତବିକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ।‌ ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶହ ଶହ ବର୍ଷ ଧରି ଠାକୁରଙ୍କ ଏହି ଗଜୋଦ୍ଧାରଣ ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଆସୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.