ବିଧାନସଭା ପରିସରରେ ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳିତ

ଭୁବନେଶ୍ବର: ବିଧାନସଭା ପରିସରରେ ପାଳିତ ହୋଇଯାଇଛି ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ। ଏହି ଅବସରରେ ଏକ ପ୍ରାର୍ଥୀ ସଭାର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ଗଣେଶୀ ଲାଲ୍‌, ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ସାଂସଦ ଅମର ପଟ୍ଟନାୟକ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ପ୍ରମୁଖ ଯୋଗଦେଇ ଗାନ୍ଧୀଙ୍କ ସ୍ମୃୃତିଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନେକ ସ୍ୱାଧୀନତା ସଂଗ୍ରାମୀ ମଧ୍ୟ ସାମିଲ ହୋଇଥିଲେ। ସମସ୍ତେ ମିଶି ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.