ରାଜ୍ୟ

ଚୋରା ଚାଲାଣ ବେଳେ ୧୦ ଲକ୍ଷରୁ ଊର୍ଦ୍ଧ୍ବ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

ନବରଙ୍ଗପୁର(କେନ୍ଯୁଜ୍): କରୋନା କଟକଣା କୋହଳ ହେବା ପରେ ଗଂଜେଇ ମାଫିଆଙ୍କ ରାଜୁତି ବଢିଛି। ଅନେକ ସ୍ଥାନରେ ଚୋରା ଚାଲାଣ ବେଳେ ଗଞ୍ଜେଇ ଜବତ ହେଉଛି। ଏଭଳି ଘଟଣା ପୁଣି ଥରେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ପୋଲିସ ଦ୍ବାରା ଏକ ହାଇୱା ଗାଡିରେ ଗଞ୍ଜେଇ ଜବତ ହୋଇଛି। ହାଇୱା ଗାଡିରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ଥାନା ଅଞ୍ଚଳରୁ ଗଞ୍ଜେଇ ଚାଲାଣ ସମ୍ବଲପୁର ଯାଉଥିବା ସମୟରେ କୌଣସି ଏକ ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଜଗି ରହିଥିଲେ ପାପଡାହାଣ୍ଡି ପୋଲିସ। ଏନେଇ ପୋଲିସ ପ୍ରଥମେ ଡିଅର ପାର୍କ ନିକଟରେ ଗାଡିଟିକୁ ଅଟକାଇବା ପାଇଁ ଚେଷ୍ଟା କରିଥିବା ବେଳେ ଗାଡିଟି ଅଟକି ନଥିଲା।

ସୂଚନା ଅନୁଯାୟୀ ପୋଲିସ ଗାଡିର ପିଛା କରି ପାପଡାହାଣ୍ଡି ପୁରୁଣା ଥାନା ସମ୍ମୁଖରେ ଗାଡିଟିକୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ସମୟରେ ଗାଡିରୁ ୩ କ୍ବିଣ୍ଟାଲ ୪୮ କିଲୋଗ୍ରାମ ଓଜନର ଗଞ୍ଜେଇ ଜବତ ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ଯ ୧୦ ଲକ୍ଷରୁ ଊର୍ଦ୍ଧ୍ବ ହେବ ବୋଲି ଜଣାପଡିଛି। ଏନେଇ ପୋଲିସ ଗାଡି ଡ୍ରାଇଭର ଏବଂ ହେଲପରକୁ ଅଟାକାଇ ପଚାରା ଉଚରା କରିବା ସହ ଗିରଫ କରିଛି।

KNews Bureau

Recent Posts

୨୦ରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ, ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ହେବେ କାମଚଳା ବାଚସ୍ପତି

ଆସନ୍ତା ୨୦ ତାରିଖରେ ହେବ ବିଧାନସଭା ବାଚସ୍ପତି ନିର୍ବାଚନ। ୧୯ ତାରିଖରେ ବାଚସ୍ପତି ପଦ ପାଇଁ ନମାଙ୍କନ ଦାଖଲ ହେବ…

8 mins ago

ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ ରାଙ୍କିଙ୍ଗ : ଭାରତରେ ଏକ ନମ୍ବର ଓ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି କିଟ୍‍ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର (କେନ୍ୟୁଜ): ପ୍ରତିବର୍ଷ ପରି ଚଳିତ ବର୍ଷ ଟାଇମ୍‍ସ ହାଇଅର ଏଜୁକେସନ୍‍ ଇମ୍ପାକ୍ଟ (ସାମାଜିକ ପ୍ରଭାବ) ରାଙ୍କିଙ୍ଗ ପ୍ରକାଶ ପାଇଛି।…

20 mins ago

ବଜ୍ରାପାତରେ ଜଣେ ମୃତ, ମା’ କିଚକେଶ୍ୱରୀ ଦେବୀ ମନ୍ଦିର କଳସ ଭାଙ୍ଗିଲା

କରଞ୍ଜିଆ : ମୟୁରଭଞ୍ଜ ଜିଲ୍ଲାର କରଞ୍ଜିଆ ଉପଖଣ୍ଡରେ ଅପରାହ୍ନରେ କିଛି କିଛି ସ୍ଥାନରେ ଘଡଘଡି ସହିତ ହାଲୁକା ବର୍ଷା ଲାଗି…

2 hours ago

ଆଖି ପିଛୁଳାକେ ଚାଲି ଯାଇଥାନ୍ତା ଜୀବନ, ରେଳ ଯାତ୍ରୀଙ୍କୁ ବଞ୍ଚାଇ ଦେଲେ ସୁରକ୍ଷା କର୍ମୀ

କଟକ (କେନ୍ୟୁଜ୍‌) : ଜୀବନ ବଞ୍ଚାଇ ଦେଲେ ରମେଶ। କଟକ ରେଳବାଇ ପୋଲିସ୍‌ କର୍ମଚାରୀଙ୍କ ସାହସିକତା ପାଇଁ ବଞ୍ଚି ଗଲା…

3 hours ago

ବିଜେପି ସରକାରଙ୍କ ଶପଥ ଗ୍ରହଣ ଉତ୍ସବରେ ଏମିତି ଆସିଥିଲେ କିଛି ନିଆରା ବ୍ୟକ୍ତି

ଭୁବନେଶ୍ୱର: ଚାରିଆଡ଼େ ପରିବର୍ତ୍ତନର ସ୍ୱର । ଓଡ଼ିଶା ରାଜନୀତିରେ ହୋଇଛି ବଡ଼ ପରିବର୍ତ୍ତନ । ଦୀର୍ଘ ୨୪ ବର୍ଷ ଧରି…

3 hours ago

କଳିଙ୍ଗ ଟିଭିକୁ ଧନ୍ୟବାଦ ଜଣାଇଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (କେନ୍ୟୁଜ): ମୋହନ ଚରଣ  ମାଝୀ ଏବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ । ଗତକାଲି ତାଙ୍କ ନେତୃତ୍ୱରେ ବିଜେପି ସରକାର…

3 hours ago