ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ଉଡ଼ିଲା ଘରର ଛାତ,ଭାଙ୍ଗିଲା କାନ୍ଥ

ଗଞ୍ଜାମ(କେନ୍ୟୁଜ୍): ଗ୍ୟାସ୍ ସିଲିଣ୍ଡର ବିସ୍ଫୋରଣରେ ଉଡ଼ିଲା ଘରର ଛାତ। ଭାଙ୍ଗିଲା କାନ୍ଥ। ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ରାମଚନ୍ଦ୍ରପୁର ଗାଁରେ ଅଘଟଣ। ଏଥିରେ ୨ଜଣ ଆହତ ହୋଇଛନ୍ତି। ଆହତଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି।

ଘରେ ହଠାତ ପ୍ରଚଣ୍ଡ ଶବ୍ଦ ସହ ଗ୍ୟାସ୍ ସିଲିଣ୍ଡର ଫାଟିଥିଲା। ପରେ ନିଆଁ ଲାଗିଯାଇଥିଲା। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଗ୍ୟାସ୍ ସିଲିଣ୍ଡର ଲିକ୍‌ ହୋଇ ବିସ୍ଫୋରଣ ହୋଇଥିବା ଅନୁମାନ କରାଯାଉଛି। ଗୋପାଳପୁର ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.