ଭିଜିଲାନ୍ସ ଜାଲରେ ଘଟଗାଁ ବି.ଇ.ଓ, ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଘଟଗାଁ(କେନ୍ୟୁଜ୍): ଭିଜିଲାନ୍ସ ଜାଲରେ ଘଟଗାଁ ବି.ଇ.ଓ । କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଶିକ୍ଷାଧିକାରୀ ଅଭୟ କୁମାର ବେହେରା ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ୨୦୧୫ର ବ୍ୟାଚର ୩୩ ଜଣ ଶିକ୍ଷକଙ୍କ ଏରିଅର ଦରମା ପାଇଁ ୬୦ ହଜାର ଟଙ୍କା ଡିମାଣ୍ଡ କରିଥିଲେ ।

ଆଜି ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଧରିଥିଲା । ଏହାପରେ ଆୟବହିର୍ଭୂତ ସଂପତ୍ତି ଠୁଳ ନେଇ କେନ୍ଦୁଝର ଓ ଯାଜପୁର ଜିଲ୍ଲାର ତିନିଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.