ଭୋଗରାଇ : ବସ୍ ଦୁର୍ଘଟଣାରେ ଯୁବତୀଙ୍କ ମୃତ୍ୟୁ

ଜଳେଶ୍ବର : ସ୍କୁଟି ଚାଳକକୁ ଧକ୍କା ଦେଲା ଘରୋଇ ଯାତ୍ରିବାହୀ ବସ୍ ।  ଘଟଣାସ୍ଥଳରେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ବାଲେଶ୍ବର ଜିଲ୍ଲା ଭୋଗରାଇ ଥାନା ଅନ୍ତର୍ଗତ ଥାନାଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ସ୍କୁଟିରେ ଜଣେ ଯୁବକ ଏବଂ ଯୁବତୀ ଚନ୍ଦନେଶ୍ବର ଅଭିମୁଖେ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଘରୋଇ ଯାତ୍ରିବାହୀ ବସ ସ୍କୁଟିକୁ ଧକ୍କା ଦେଇ ଉପରେ ଚଢି ଯାଇ ଥିଲା । ଘଟଣାସ୍ଥଳରେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ବେଳେ ଯୁବକ ଜଣକ ଗୁରୁତର ହୋଇଛନ୍ତି । ସ୍ଥାନୀୟ ଲୋକେ ଗୁରୁତର ଯୁବକଙ୍କୁ ଉଦ୍ଧାର କରି ଜଳେଶ୍ବରପୁର ଗୋଷ୍ଠୀ ସ୍ବାସ୍ଥ୍ଯକେନ୍ଦ୍ରରେ ଭର୍ତ୍ତି କରାଇଛନ୍ତି ।  ମୃତକଙ୍କ ପରିଚୟ ମିଳି ନଥିବା ବେଳେ ଖବର ପାଇ ଘଟଣା ସ୍ଥଳରେ ଭୋଗରାଇ ଥାନା ପୋଲିସ ପହଞ୍ଚି ଅଧିକ ତଦନ୍ତ କରୁଛି ।

You might also like